ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ବଡ଼ ବର୍ଷା । ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । କୋରାପୁଟ ଓ ମାଲକାନଗିରିରେ  ପ୍ରବଳ ବର୍ଷିବ । ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଭାରୀ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।   ମଙ୍ଗଳବାର ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ,  ଗଜପତି ଓ କନ୍ଧମାଳ ଜିଲ୍ଲାରେ ଭାରୀ ବର୍ଷା ହୋଇପାରେ ।  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,  ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ସମେତ ପଶ୍ଚିମ  ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା  ଅଛି ।

୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭୀଷଣ ବର୍ଷାର ସମ୍ଭାବନା ରହିଛି । ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ଼ ପବନ ସହ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯଇଛି ।

ଜିଲ୍ଲାଗୁଡ଼ିକ ହେଲା ମୟୁରଭଞ୍ଜ, କେଉଁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ