Masthead

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୨  ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  କେତେକ ସ୍ଥାନରେ ହୋଇପାରେ । ଦକ୍ଷିଣ ଓଡ଼ିଶାର  ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । କିନ୍ତୁ,  ଏହାପରଠାରୁ ବର୍ଷା ପ୍ରାୟତଃ କମିଯିବ । କାଁ ଭାଁ ଘଡ଼ଘଡ଼ି  ସହ ବର୍ଷା ହେବ ।  ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବର୍ଷା ସହ ଵଜ୍ରପାତ ନେଇ ସତର୍କ  କରାଇଲା ପାଣିପାଗ ବିଭାଗ । ଗତକାଲିଠୁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କାଁଭାଁ ବର୍ଷା ହେଉଥିବା ବେଳେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆଜି  ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି ରାଜ୍ୟରେ ବର୍ଷା ଲାଗିରହିବ ।

ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା, ବିଶେଷକରି ଉପକୂଳ ଓ ଉତ୍ତର-ଅଭନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ବର୍ଷା ନେଇ ପୁରା ଓଡିଶାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୪ଘଂଟା ଭିତରେ ଗଞ୍ଜାମ, ଗଜପତି, ମାଲକାନଗିରି, କନ୍ଧମାଳ, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜର କିଛି କିଛି ଅଂଚଳରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ । ସେହିପରି ବାଲେଶ୍ବର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା ଓ ନୟାଗଡ ସମେତ କିଛି ଅଂଚଳରେ ଝଡବର୍ଷା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ