Masthead

ଦୁଃଖ ଦଉଛି ଲଗାଣ ବର୍ଷା

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବୃଦ୍ଧି ପାଇଥିବା ଜଳସ୍ତର କମୁଛି । ମହାନଦୀ, ବୁଢ଼ାବଳଙ୍ଗ, ଇବ୍, ଋଷିକଲ୍ୟା, ସୁବର୍ଣ୍ଣରେଖା, ବ୍ରାହ୍ମଣୀ ଓ ବୈତରଣୀ ସମେତ ପ୍ରାୟ ସବୁ ନଦୀର ଜଳସ୍ତର ହ୍ରାସ ପାଉଛି। ହୀରାକୁଦର ଜଳସ୍ତର ହ୍ରାସପାଉଥିବା ବେଳେ ଜଳଭଣ୍ଡାରର ଆଉ ୪ଟି ଗେଟକୁ ବନ୍ଦ କରି ଦିଆଯାଇଛି। ଏବେ ୮ ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଉପରମୁଣ୍ଡରେ ବର୍ଷା କମିଥିବାରୁ ଜଳ ଭଣ୍ଡାରକୁ ବନ୍ୟା ଜଳ ପ୍ରବେଶ କମିଛି। କେବେ ନଦୀରେ ଜଳ ପତ୍ତନ ହ୍ରାସ ପାଉଥିଲେ ମଧ୍ୟ ବନ୍ୟାଜଳ ନିଷ୍କାସନ ହୋଇପାରୁ ନଥିବାରୁ ଏବେବି ଜଳବନ୍ଦୀରେ ଅନେକ ଗାଁ। ବିଭିନ୍ନ ସ୍ଥାନରେ ଏବେବି ଯୋଗାଯୋଗ ବିଚ୍ଛିନ୍ନ ରହିଛି। ପାଣିଘେରରେ ରହିଥିବା ଲୋକେ ନାହିଁ ନଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ୟାପକ ଅଞ୍ଚଳରେ ଚାଷଜମି ପ୍ରଭାବିତ ହୋଇଥିବାରୁ ଚାଷୀ ମୁଣ୍ଡରେ ଚଡକ।

ଏପଟେ ଆଗାମୀ ୨୪ ଘଣ୍ଟା ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପରବର୍ତ୍ତୀ ୨୪ ଘଣ୍ଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳରେ ସ୍ଥିର ରହିଛି । ପ୍ରାୟ ଦେଢ କିଲୋମିଟର ବ୍ୟାପି ଘୂର୍ଣ୍ଣିବଳୟଟି ରହିଥିବା ବେଳେ ଏହାର ପ୍ରଭାବରେ ବର୍ଷା ଜାରି ରହିଛି । ଉତ୍ତର ଓଡ଼ିଶାର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଦୁଃଖ ଦଉଛି ଲଗାଣ ବର୍ଷା। ଏଯାଏଁ ଲଗାଣ ବର୍ଷା ବିତ୍ପାତର ପ୍ରଭାବ କମିନି। ଅଣ୍ଟା ସଳଖେଇ ପାରିନାହାନ୍ତି ବିପନ୍ନ। ଏହାରି ଭିତରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ