Masthead

ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ ଜାରି ରହିବ ବର୍ଷା । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ୩ ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ସେହିଭଳି ବରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ସୋନପୁର, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାରେ ପବନ ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୨୯ ତାରିଖ ପର୍ୟ୍ୟନ୍ତ ବର୍ଷା କାରଣରୁ ମତ୍ସ୍ୟଜୀବୀମାନଙ୍କ ସମୁଦ୍ର ପ୍ରବେଶ ଉପରେ ମଧ୍ୟ କଟକଣା ଲଗାଯାଇଛି ।

ପ୍ରବଳ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢିବାର ଆଶଙ୍କା କରି ସତର୍କ ରହିବାକୁ କହିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ୪୩ ବ୍ଲକରେ ୫୦ ମିଲିମିଟରରୁ ଅଧିକ ବର୍ଷା ହୋଇଥିବାରୁ ତଳିଆ ଅଞ୍ଚଳବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ସେପଟେ ପ୍ରବଳ ବର୍ଷାରେ ବେହାଲ ସିଲଭର୍ ସିଟି କଟକ । ଆଜି ପାଇଁ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ପାଣିପାଗ ବିଭାଗ ପକ୍ଷରୁ ଜାରି ସୂଚନାରେ କଟକରେ ପ୍ରବଳ ବର୍ଷା ଆଶଙ୍କାକୁ ଦେଖି ଜିଲ୍ଲାପାଳ ଏଭଳି ନିଷ୍ପତ୍ତି ନେଇଛନ୍ତି । ବର୍ଷାକୁ ଦୃଷ୍ଟିରେ ରଖି ସବୁ ପ୍ରକାର ସ୍ଥିତିକୁ ମୁକାବିଲା କରିବା ଜିଲ୍ଲା ପ୍ରଶାସନ ସଜାଗ ରହିଥିବା ଜିଲ୍ଲାପାଳ କହିଛନ୍ତି ।

ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବଢ଼ିଛି । ଡ୍ୟାମ୍‌କୁ ପ୍ରତି ସେକେଣ୍ଡରେ ସାଢ଼େ ୩ ଲକ୍ଷ କ୍ୟୁସେକ୍‌ ଜଳ ପଶୁଛି । ହୀରାକୁଦର ୨୦ଟି  ଗେଟ୍‌ ଖୋଲିଛି । ବର୍ଷା ପାଇଁ ମହାନଦୀ ସମେତ ବ୍ରାହ୍ମଣୀ  ଓ ବୁଢ଼ାବଳଙ୍ଗ ନଦୀ ଫୁଲୁଛି। ରାଜ୍ୟରେ ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ  ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଜରୁରୀ ବୈଠକ  କରିଛନ୍ତି । ପ୍ରବଳ ବର୍ଷାରେ ମହାନଦୀ ଓ ବ୍ରାହ୍ମଣୀ  ନଦୀରେ ବନ୍ୟା ଆଶଙ୍କା ରହିଛି । ଏଥିପାଇଁ ଆଗୁଆ ପ୍ରସ୍ତୁତି କରିବାକୁ ରାଜସ୍ୱ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ  ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେଇଛି ।  ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ଉତ୍ତର ପଶ୍ଚିମ  ବଙ୍ଗୋପସାଗର ଓ ବାଲାଂଦେଶ ଉପକୂଳରେ ଏହି  ଅବପାତ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି