Masthead

ପ୍ରବଳ ବର୍ଷା ଏହି ସବୁ ଜିଲାକୁ ରେଡ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଏବଂ ଦେଓଗଡ଼ । ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି ।

ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷାର ଆଶଙ୍କା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ସେପଟେ ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଟୁଇନ୍‌ ସିଟିରେ ବି ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ପାଇଁ ସାଧାରଣ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ବିଭିନ୍ନ ତଳିଆ ସ୍ଥାନରେ ଜମିଲା ପାଣି, ଜଳବନ୍ଦୀ ସ୍ଥିତି । ରାଜଧାନୀର ଅନେକ ସ୍ଥାନରେ ଟ୍ରାଫିକ୍ ଜାମ୍‌, ଲୋକେ ହନ୍ତସନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ