ଆଜିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ସାରା ରାଜ୍ୟରେ ପ୍ରବଳ ବର୍ଷିବ । ୨୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।  ୨୪ ଘଣ୍ଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ । ଉତ୍ତର ଉପକୂଳରେ ହେବ ଅତି ପ୍ରବଳ ବର୍ଷା ।  ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ଆଗାମୀ ୨୪ ଘଣ୍ଟା ଭିତରେ ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ଗତି କରିବ ବର୍ଷା ।

୨୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ୨୬ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ଫଳରେ ଆଜିଠୁ ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଆଗକୁ ଦୁର୍ଗାପୂଜା ଆସୁଥିବାରୁ ବର୍ଷା ଏଥର ଦଶହରା ମଉଜକୁ ଫିକା କରିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ