Masthead

ବଢ଼ିବ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଏବଂ ବାକି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ମଧ୍ୟ ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାକି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ମୟୂରଭଞ୍ଜରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼ର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏହାବାଦ୍‌ ବି କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୬ ତାରିଖ (ଗୁରୁବାର) ବି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । କେତେକ ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ବର୍ଷା ସମ୍ଭାବନା ଥିବାବେଳେ ତା’ ପରେ ବି ବିଶେଷ ପରିବର୍ତ୍ତନ ସମ୍ଭାବନା ନଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ 🔴 ବାରମ୍ବାର ଅଭିଯୋଗ ପରେ ବି ସମାଧାନ ନାହିଁ,ହଷ୍ଟେଲ ଛାଡ଼ି ୮ କିମି ଚାଲିଲେ ଅନ୍ତେବାସୀ 🔴 ପ୍ରେମ ଓ ବ୍ଲାକମେଲରୁ ଡବଲ ମର୍ଡର,ମୁଖ୍ୟ ଅଭିଯୁକ୍ତ ଗିରଫ 🔴 କୋଇଲା ବୋଝେଇ ଟ୍ରେନରେ ନିଆଁ 🔴 ଆଜି ସନ୍ଧ୍ୟା ସୁଦ୍ଧା ଅବପାତ, ଗଞ୍ଜାମ ଜିଲ୍ଲା ପ୍ରଶାସନର ଆଗୁଆ ପ୍ରସ୍ତୁତି 🔴 ଅକ୍ଟୋବର ପ୍ରଥମ ସପ୍ତାହରେ ଖୋଲାଯାଇପାରେ ଶ୍ରୀଗୁଣ୍ଡିଚା ମନ୍ଦିର 🔴 ବଢିଲା ବାତ୍ୟା ଛନକା 🔴 ଚାରିଆଡେ କୁଢ କୁଢ ଅଳିଆ, ଦୁର୍ଗନ୍ଧରେ ନାକ ଟେକୁଛନ୍ତି ଲୋକେ 🔴 ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂଘ ନିର୍ବାଚନ, ABVPର ବାଜିମାତ 🔴 ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ କ୍ଷେତ୍ର, ୨୪ ଯାଏଁ ବର୍ଷା 🔴 ସ୍କ୍ରବଟାଇଫସ୍‌କୁ ନେଇ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ