Masthead

ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପ୍ରାକ୍‌ ମୌସୁମୀ ବର୍ଷା ଜାରି ରହିଛି । ଚାରିଆଡ଼େ ମେଘୁଆ ବାଦଲ, କେଉଁଠି ଝିପିଝିପି, ଆଉ କେଉଁଠି ଅସରାଏ ଲେଖାଏଁ ବର୍ଷା । ସେପଟେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୭ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପାସଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ୨୫ ତାରିଖରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନ ଓ ଉତ୍ତର ଓଡିଶାର ଅଳ୍ପ କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବେଳେ ମାଲକାନଗିରି, ବାଲେଶ୍ବର, ସୋନପୁର, ଝାରସୁଗୁଡା, ସମ୍ବଲପୁର, ଓ କନ୍ଧମାଳରେ ମଧ୍ୟ ବଜ୍ରପାତ ଓ ପବନ ଆଶଙ୍କା ରହିଛି।

୨୮ ଓ ୨୯ ତାରିଖରେ ଉପକୂଳ ଅଞ୍ଚଳ ସମେତ ଅନ୍ୟ କେତେକ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଅଧିକ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା