ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପ୍ରାକ୍‌ ମୌସୁମୀ ବର୍ଷା ଜାରି ରହିଛି । ଚାରିଆଡ଼େ ମେଘୁଆ ବାଦଲ, କେଉଁଠି ଝିପିଝିପି, ଆଉ କେଉଁଠି ଅସରାଏ ଲେଖାଏଁ ବର୍ଷା । ସେପଟେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୭ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପାସଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ଏହାର ପ୍ରଭାବରେ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ସହ ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ୨୫ ତାରିଖରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନ ଓ ଉତ୍ତର ଓଡିଶାର ଅଳ୍ପ କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ଓ ବଜ୍ରପାତ ସହ ୩୦-୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଥିବା ବେଳେ ମାଲକାନଗିରି, ବାଲେଶ୍ବର, ସୋନପୁର, ଝାରସୁଗୁଡା, ସମ୍ବଲପୁର, ଓ କନ୍ଧମାଳରେ ମଧ୍ୟ ବଜ୍ରପାତ ଓ ପବନ ଆଶଙ୍କା ରହିଛି।

୨୮ ଓ ୨୯ ତାରିଖରେ ଉପକୂଳ ଅଞ୍ଚଳ ସମେତ ଅନ୍ୟ କେତେକ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ଅଧିକ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ