Masthead

୯ଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବହୁ ସ୍ଥାନରେ ବର୍ଷା ହୋଇଛି । କିଛି ଜାଗାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛ । ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ । ଆଜି ୪ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁରକୁ ଆଲର୍ଟ ଜାରି । ପାଣିପାଗ ପୂର୍ବାନୁମାନ ଅନୁଯାୟୀ ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନଟ ଅବସ୍ଥାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଅଛି । ଏହା ଉତ୍ତର-ପଶ୍ଚିମ ଦିଗରେ ମୁହାଁଇ ଝାଡ଼ଖଣ୍ଡ ଆଡ଼କୁ ପଳାଇବ । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁରର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବରଗଡ଼, ସୋନପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ ।୨୦ ତାରିଖ ଠାରୁ ବର୍ଷା ପ୍ରକୋପ ସାମାନ୍ୟ କମିବ । ତଥାପି ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି ।

ସୁନ୍ଦରଗଡ଼, ଝାରସୁଗୁଡ଼ାରେ ପ୍ରବଳ ବର୍ଷା ହୋଇପାରେ । ୨୧ ତାରିଖ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି । ୨୨ ତାରିଖ ଅଳ୍ପ କିଛି ସ୍ଥାନରେ ବର୍ଷା ସହ ମୟୂରଭଞ୍ଜ, କେନ୍ଦୁଝରର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ । ୨୩ ତାରିଖ କାଁ ଭାଁ ବର୍ଷା ହେବ । ୨୪ ତାରିଖ ଅଳ୍ପ କିଛି ସ୍ଥାନରେ ବର୍ଷା ଏବଂ ଉତ୍ତର ଓଡ଼ିଶାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା