Masthead

୧୩ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ  ।  ଉତ୍ତର ପଶ୍ଚିମ ବଙ୍ଗୋପସାଗର  ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଦକ୍ଷିଣ  ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

୮ ତାରିଖରେ ମାଲକାନଗିରି, କୋରାପୁଟ,  ରାୟଗଡ଼ା ଓ ଗଜପତିର କିଛି ସ୍ଥାନରେ ଅଧିକ ବର୍ଷା  ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର  କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।  ୯ରେ ଆଭ୍ୟନ୍ତରୀଣ ଓ ଦକ୍ଷିଣରେ କାଁ ଭାଁ ବର୍ଷା ହେବ ।  ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର ହାତଗଣତି କିଛି  ସ୍ଥାନରେ ବିକ୍ଷିପ୍ତ ବର୍ଷା ହୋଇପାରେ । ୧୧ରେ ମୟୂରଭଞ୍ଜ  ଓ କେନ୍ଦୁଝରର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ  ବର୍ଷା ଆଶଙ୍କା ଅଛି । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର  କିଛି ସ୍ଥାନରେ ଅଧିକ ବର୍ଷା ହେବ । ୧୨ ଓ ୧୩ରେ  ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷିପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ