Masthead

ପ୍ରବଳ ବର୍ଷା, ବେହାଲ ରାଜଧାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରବଳ ବର୍ଷା, ବେହାଲ ରାଜଧାନୀ । ରାସ୍ତାରେ ଚାଲୁଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଘରୁ ନ ବାହାରିବା ପାଇଁ ସତର୍କ କଲା ପାଣିପାଗ ବିଭାଗ । ଦୁଇ ଘଂଟାରୁ ଅଧିକ ସମୟ ହେଲା ବର୍ଷା ଲାଗି ରହିଥିବା ବେଳେ ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି । ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଯୋଗୁଁ ଜନଜୀବନ ବାଧାପ୍ରସ୍ତ ହୋଇଛି । ଇସ୍କନ୍ ମନ୍ଦିର ସାମ୍ନାରେ ମଧ୍ୟ ଆଣ୍ଠୁଏ ଉଚ୍ଚରେ ପାଣି ଜମିଥିବାରୁ ଲୋକଙ୍କୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି ।ବିଭିନ୍ନ ସ୍ଥାନରେ ପାଣି ଜମିଥିବାରୁ ଅଟକି ରହିଛି ଗାଡ଼ିମଟର ।

ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ସେପଟେ ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ । ଆଉ କିଛି ଘଣ୍ଟା ପରେ ଲଘୁଚାପର ରୂପ ନେବାର ସୂଚନା ରହିଛି । ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲା‌ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ