Masthead

ନାଗପୁରରେ ପ୍ରବଳ ବର୍ଷା, ଜଳାର୍ଣ୍ଣବ ପୁରା ସହର..

ନାଗପୁର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ନାଗପୁରରେ ପ୍ରବଳ ବର୍ଷା । ଲଗାଣ ବର୍ଷା ଯୋଗୁ ଜଳାର୍ଣ୍ଣବ ହୋଇଛି ସହର । ଲୋକେ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇ ପଡିଛି । ରାସ୍ତା ଉପରେ ପାଣି ଚାଲୁଛି । ଆଣ୍ଠୁଏ ପାଣିରେ ରାସ୍ତାରେ ଯାଉଛନ୍ତି ଲୋକେ । ରାସ୍ତା ପାର ହେବା ପାଇଁ ଦଉଡି ସାଜିଛି ଭରସା । ଦଉଡି ଧରି ଧାଡି ହୋଇ ଲୋକେ ରାସ୍ତା ପାର ହେଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ନଦୀ କୂଳିଆ ଲୋକେ ବର୍ଷା ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି । ଲୋକଙ୍କ ଘରେ ପାଣି ପଶିଯିବାରୁ ଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ।

 

ପାଣିପାଗ ବିଭାଗର ସୂଚନା ଅନୁସାରେ ନାଗପୁର ବିମାନ ବନ୍ଦର ଅଞ୍ଚଳରେ ସକାଳ ୫ଟା ୩୦ ସୁଦ୍ଧା ୧୦୬ ଦଶମିକ ୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସହରର ବିଭିନ୍ନ ସ୍ଥାନରେ ସକାଳୁ ବର୍ଷା ହେଉଛି । ପ୍ରବଳ ବର୍ଷା ଯୋଗୁ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଛି । ରାସ୍ତାରେ ବସ୍ ଚଳାଚଳ କରିପାରୁନାହିଁ । ଅଗ୍ନିଶମ ବାହିନୀ ଓ ଏସଡିଆରଏଫକୁ ଆଲର୍ଟରେ ରଖାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ