ନାଗପୁରରେ ପ୍ରବଳ ବର୍ଷା, ଜଳାର୍ଣ୍ଣବ ପୁରା ସହର..

ନାଗପୁର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ନାଗପୁରରେ ପ୍ରବଳ ବର୍ଷା । ଲଗାଣ ବର୍ଷା ଯୋଗୁ ଜଳାର୍ଣ୍ଣବ ହୋଇଛି ସହର । ଲୋକେ ଘରୁ ବାହାରକୁ ବାହାରିବା ମୁସ୍କିଲ ହୋଇ ପଡିଛି । ରାସ୍ତା ଉପରେ ପାଣି ଚାଲୁଛି । ଆଣ୍ଠୁଏ ପାଣିରେ ରାସ୍ତାରେ ଯାଉଛନ୍ତି ଲୋକେ । ରାସ୍ତା ପାର ହେବା ପାଇଁ ଦଉଡି ସାଜିଛି ଭରସା । ଦଉଡି ଧରି ଧାଡି ହୋଇ ଲୋକେ ରାସ୍ତା ପାର ହେଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ନଦୀ କୂଳିଆ ଲୋକେ ବର୍ଷା ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି । ଲୋକଙ୍କ ଘରେ ପାଣି ପଶିଯିବାରୁ ଲୋକେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ।

 

ପାଣିପାଗ ବିଭାଗର ସୂଚନା ଅନୁସାରେ ନାଗପୁର ବିମାନ ବନ୍ଦର ଅଞ୍ଚଳରେ ସକାଳ ୫ଟା ୩୦ ସୁଦ୍ଧା ୧୦୬ ଦଶମିକ ୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସହରର ବିଭିନ୍ନ ସ୍ଥାନରେ ସକାଳୁ ବର୍ଷା ହେଉଛି । ପ୍ରବଳ ବର୍ଷା ଯୋଗୁ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହୋଇଛି । ରାସ୍ତାରେ ବସ୍ ଚଳାଚଳ କରିପାରୁନାହିଁ । ଅଗ୍ନିଶମ ବାହିନୀ ଓ ଏସଡିଆରଏଫକୁ ଆଲର୍ଟରେ ରଖାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’