Masthead

ଲଗାଣ ବର୍ଷା: ଭାସିଗଲା ଯାତ୍ରୀବାହୀ ବସ୍

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଦେଖିବାକୁ ମିଳିଛି ବର୍ଷାର ମହାବିତ୍ପାତ । ବନ୍ୟାରେ ଭାସିଯାଇଛି ଯାତ୍ରୀବାହୀ ବସ୍ । ନାନ୍ଦେଡରୁ ନାଗପୁର ଯାଉଥିବା ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଛି । ଲଗାଣ ବର୍ଷା ପାଇଁ ୟେବତମାଲରେ ଥିବା ଏକ ଡ୍ୟାମରେ ଜଳସ୍ତର ବଢିବାରେ ଲାଗିଥିଲା ଏବଂ ରାସ୍ତା ଉପରେ ପ୍ରବାହିତ ହେଉଥିଲା ବନ୍ୟା ପାଣି । ଫଳରେ ଏହି ରାସ୍ତା ଦେଇ ଯାଉଥିବା ବସଟି ଦୁର୍ଘଟଣା ଘଟି ପାଣିରେ ଭାସି ଯାଇଥିଲା ।

ଘଟଣାରେ ବସ ଡ୍ରାଇଭର ସହ ଆହୁରି ୨ ଜଣ ଏବେବି ନିଖୋଜ ଅଛନ୍ତି । ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବାରୁ ନଦୀଗୁଡିକରେ ଜଳସ୍ତର ବଢିବାରେ ଲାଗିଛି । ନାସିକ ସହରର ଗୋଦାବରୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଫଳରେ ସହରାଞ୍ଚଳରେ ପଶିଛି ବନ୍ୟା ପାଣି । ବିଭିନ୍ନ ସ୍ଥାନ ଜଳବନ୍ଦୀ ହୋଇ ରହିଛି । ଲୋକଙ୍କ ଘର ଭିତରେ ବନ୍ୟା ପାଣି ପଶିଥିବାରୁ ଲୋକେ ଅନେକ ହଇରାଣ ହେଉଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ