Masthead

ଲଗାଣ ବର୍ଷା: ଭାସିଗଲା ଯାତ୍ରୀବାହୀ ବସ୍

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଦେଖିବାକୁ ମିଳିଛି ବର୍ଷାର ମହାବିତ୍ପାତ । ବନ୍ୟାରେ ଭାସିଯାଇଛି ଯାତ୍ରୀବାହୀ ବସ୍ । ନାନ୍ଦେଡରୁ ନାଗପୁର ଯାଉଥିବା ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଛି । ଲଗାଣ ବର୍ଷା ପାଇଁ ୟେବତମାଲରେ ଥିବା ଏକ ଡ୍ୟାମରେ ଜଳସ୍ତର ବଢିବାରେ ଲାଗିଥିଲା ଏବଂ ରାସ୍ତା ଉପରେ ପ୍ରବାହିତ ହେଉଥିଲା ବନ୍ୟା ପାଣି । ଫଳରେ ଏହି ରାସ୍ତା ଦେଇ ଯାଉଥିବା ବସଟି ଦୁର୍ଘଟଣା ଘଟି ପାଣିରେ ଭାସି ଯାଇଥିଲା ।

ଘଟଣାରେ ବସ ଡ୍ରାଇଭର ସହ ଆହୁରି ୨ ଜଣ ଏବେବି ନିଖୋଜ ଅଛନ୍ତି । ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବାରୁ ନଦୀଗୁଡିକରେ ଜଳସ୍ତର ବଢିବାରେ ଲାଗିଛି । ନାସିକ ସହରର ଗୋଦାବରୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଫଳରେ ସହରାଞ୍ଚଳରେ ପଶିଛି ବନ୍ୟା ପାଣି । ବିଭିନ୍ନ ସ୍ଥାନ ଜଳବନ୍ଦୀ ହୋଇ ରହିଛି । ଲୋକଙ୍କ ଘର ଭିତରେ ବନ୍ୟା ପାଣି ପଶିଥିବାରୁ ଲୋକେ ଅନେକ ହଇରାଣ ହେଉଥିବା ଦେଖିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ