Masthead

୬ ଜିଲ୍ଲାରେ ବିଜୁଳି ସହ ପ୍ରବଳ ଝଡ଼ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ଏହି ୬ ଜିଲ୍ଲାରେ ବିଜୁଳି ସହ ପ୍ରବଳ ଝଡ଼ବର୍ଷା । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଘୂର୍ଣ୍ଣିବଳୟ ସକ୍ରିୟ ଫଳରେ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀ ପାଗ ଅନୁକୁଳ ରହିଛି । ଚାଷୀମାନଙ୍କ ପାଇଁ ବେସ ଖୁସିର ଖବର । ଦୁଇରୁ ତିନି ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ।ସୋମବାର ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ଏଥିପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମଙ୍ଗଳବାର ମଧ୍ୟ ଏହି ସବୁ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । ଏବେ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୁଳ ରହିଛି ।

ତେବେ ୧୮ ଦିନ ଧରି ମୌସୁମୀ ଅଟକି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଏହା ପୁଣି ସକ୍ରିୟ ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସୋମବାର ସମ୍ବଲପୁର, ଦେବଗଡ଼, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିରରେ ଅଧିକ ବର୍ଷା ହୋଇପାରେ । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼