Masthead

୬ ଜିଲ୍ଲାରେ ବିଜୁଳି ସହ ପ୍ରବଳ ଝଡ଼ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ଏହି ୬ ଜିଲ୍ଲାରେ ବିଜୁଳି ସହ ପ୍ରବଳ ଝଡ଼ବର୍ଷା । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଘୂର୍ଣ୍ଣିବଳୟ ସକ୍ରିୟ ଫଳରେ ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀ ପାଗ ଅନୁକୁଳ ରହିଛି । ଚାଷୀମାନଙ୍କ ପାଇଁ ବେସ ଖୁସିର ଖବର । ଦୁଇରୁ ତିନି ମଧ୍ୟରେ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ।ସୋମବାର ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ଏଥିପାଇଁ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମଙ୍ଗଳବାର ମଧ୍ୟ ଏହି ସବୁ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । ଏବେ ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୁଳ ରହିଛି ।

ତେବେ ୧୮ ଦିନ ଧରି ମୌସୁମୀ ଅଟକି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟାରେ ଏହା ପୁଣି ସକ୍ରିୟ ହେବ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସୋମବାର ସମ୍ବଲପୁର, ଦେବଗଡ଼, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗିରରେ ଅଧିକ ବର୍ଷା ହୋଇପାରେ । ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’