Masthead

ପ୍ରବଳ ବର୍ଷା, ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଶନିବାର ସଂପୂର୍ଣ୍ଣ ପୁରୀ ଜିଲ୍ଲାରେ ମୌସୁମୀ ସକ୍ରିୟ ହୋଇଥିବା ବେଳେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଖୋର୍ଦ୍ଧା ଓ ନୟାଗଡ଼ର କିଛି କିଛି ଅଞ୍ଚଳରେ ବର୍ଷା ହୋଇଥିବା ଜଣାଯାଇଛି। ଏଥିସହ କଟକ, ଯାଜପୁର ଓ ମୟୂରଭଞ୍ଜର କିଛି କିଛି ଅଞ୍ଚଳରେ ମଧ୍ୟ ମୌସୁମୀ ବର୍ଷା ହୋଇଥିବା ଜଣାପଡ଼ିଛି। ପହିଲି ରଜ ପୂର୍ବରୁ ସାରା ଓଡ଼ିଶାରେ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର। ସେହିପରି ୧୪ତାରିଖ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ବରଗଡ଼ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ନେଇ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୫ତାରିଖ ଦିନ ବର୍ଷାର ବିସ୍ତୃତି କମିବ ଓ ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା