Masthead

ସୃଷ୍ଟି ହେବ ଲଘୁଚାପ, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ସୃଷ୍ଟି ହୋଇପାରେ ଲଘୁଚାପ । ଆଗାମୀ କିଛି ଘଣ୍ଟା ଭିତରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଉତର-ପଶ୍ଚିମ ବଙ୍ଗୋପସାଗରର ପାଶ୍ୱବର୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରୀୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ୨୭ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ କଟକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ ବୌଦ୍ଧ ସମେତ ୧୦ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ଆସୁଥିବାରୁ ସବୁ ଜିଲ୍ଳାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି