ସୃଷ୍ଟି ହେବ ଲଘୁଚାପ, ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ସୃଷ୍ଟି ହୋଇପାରେ ଲଘୁଚାପ । ଆଗାମୀ କିଛି ଘଣ୍ଟା ଭିତରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଉତର-ପଶ୍ଚିମ ବଙ୍ଗୋପସାଗରର ପାଶ୍ୱବର୍ତୀ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ୭ ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରୀୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ଯାହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ୨୭ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପାଇଁ ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ କଟକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ ବୌଦ୍ଧ ସମେତ ୧୦ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ଆସୁଥିବାରୁ ସବୁ ଜିଲ୍ଳାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’