Masthead

ହିମାଚଳରେ ବାଦଲଫଟା ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଫଳରେ ଜନଜୀବନ ଅସ୍ଥବ୍ୟସ୍ତ ହୋଇପଡିଛି । ତେବେ ଏହାରି ଭିତରେ ହିମାଚଳ ପ୍ରଦେଶର ରାଜଧାନୀ ଶିମଲା ଓ ମଣ୍ଡିରେ ବାଦଲଫଟା ବର୍ଷା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ଜଣ ନିଖୋଜ ହୋଇଥିବା ସୂଚନା ମିଳିଛି । ବର୍ଷାରେ ଅନେକ ଘର ଧୋଇ ହୋଇ ଯାଇଛି । ରାମପୁର ସମେଜ ଗାଁରେ ୩୦ରୁ ଅଧିକ ଲୋକ ନିଖୋଜ ହୋଇ ଯାଇଛନ୍ତି । ସେପଟେ କୁଲ୍ଲୁ ପାର୍ବତି ନଦୀ କୂଳରେ ଏକ ବିଲ୍ଡିଂ ଭୁଶୁଡ଼ି ଯିବାର ଚିତ୍ର ସାମ୍ନାକୁ ଆସିଛି ।

ଉତ୍ତର ଭାରତରେ ପ୍ରକୃତି ସାଧୁଛି ଦାଉ । ସେପଟେ ବାଦଲ ଫଟା ବର୍ଷାରେ ଉତ୍ତରାଖଣ୍ଡ କେଦାରନାଥରେ ହଠାତ ବନ୍ୟା ଆସିବାରୁ ଭୟାବହ ସ୍ଥିତି ଦେଖିବାକୁ ମିଳିଛି । କେଦାରନାଥକୁ ଯାଉଥିବା ମୁଖ୍ୟ ରାସ୍ତାର ୩୦ କିଲୋମିଟର ମନ୍ଦାକିନୀ ନଦୀର ବନ୍ୟା ପାଣିରେ ଧୋଇ ହୋଇଯାଇଛି । ହଠାତ ବନ୍ୟା ଆସିବାରୁ ୨୦୦ରୁ ଅଧିକ ଶ୍ରଦ୍ଧାଳୁ ଫସିରହିଛନ୍ତି । ବର୍ତମାନ ଉତ୍ତରାଖଣ୍ଡ ସରକାର କେଦାରନାଥ ଯାତ୍ରାକୁ ସ୍ଥଗିତ ରଖିଛନ୍ତି । ସେପଟେ ଫସି ରହିଥିବା ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନ ଓ ଏସଡିଆରଏଫ ନିୟୋଜିତ ହୋଇଛନ୍ତି । କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ