Masthead

ହିମାଚଳରେ ବାଦଲଫଟା ବର୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଫଳରେ ଜନଜୀବନ ଅସ୍ଥବ୍ୟସ୍ତ ହୋଇପଡିଛି । ତେବେ ଏହାରି ଭିତରେ ହିମାଚଳ ପ୍ରଦେଶର ରାଜଧାନୀ ଶିମଲା ଓ ମଣ୍ଡିରେ ବାଦଲଫଟା ବର୍ଷା ହୋଇଛି। ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ଜଣ ନିଖୋଜ ହୋଇଥିବା ସୂଚନା ମିଳିଛି । ବର୍ଷାରେ ଅନେକ ଘର ଧୋଇ ହୋଇ ଯାଇଛି । ରାମପୁର ସମେଜ ଗାଁରେ ୩୦ରୁ ଅଧିକ ଲୋକ ନିଖୋଜ ହୋଇ ଯାଇଛନ୍ତି । ସେପଟେ କୁଲ୍ଲୁ ପାର୍ବତି ନଦୀ କୂଳରେ ଏକ ବିଲ୍ଡିଂ ଭୁଶୁଡ଼ି ଯିବାର ଚିତ୍ର ସାମ୍ନାକୁ ଆସିଛି ।

ଉତ୍ତର ଭାରତରେ ପ୍ରକୃତି ସାଧୁଛି ଦାଉ । ସେପଟେ ବାଦଲ ଫଟା ବର୍ଷାରେ ଉତ୍ତରାଖଣ୍ଡ କେଦାରନାଥରେ ହଠାତ ବନ୍ୟା ଆସିବାରୁ ଭୟାବହ ସ୍ଥିତି ଦେଖିବାକୁ ମିଳିଛି । କେଦାରନାଥକୁ ଯାଉଥିବା ମୁଖ୍ୟ ରାସ୍ତାର ୩୦ କିଲୋମିଟର ମନ୍ଦାକିନୀ ନଦୀର ବନ୍ୟା ପାଣିରେ ଧୋଇ ହୋଇଯାଇଛି । ହଠାତ ବନ୍ୟା ଆସିବାରୁ ୨୦୦ରୁ ଅଧିକ ଶ୍ରଦ୍ଧାଳୁ ଫସିରହିଛନ୍ତି । ବର୍ତମାନ ଉତ୍ତରାଖଣ୍ଡ ସରକାର କେଦାରନାଥ ଯାତ୍ରାକୁ ସ୍ଥଗିତ ରଖିଛନ୍ତି । ସେପଟେ ଫସି ରହିଥିବା ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନ ଓ ଏସଡିଆରଏଫ ନିୟୋଜିତ ହୋଇଛନ୍ତି । କେନ୍ଦ୍ର ସରକାରଙ୍କ ତରଫରୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ସେ ପ୍ରତିଶ୍ରୁତି ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ