Masthead

ହେମନ୍ତ ସୋରେନଙ୍କ ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଝାଡଖଣ୍ଡ(ବଡ଼ ଖବର ବ୍ୟୁରୋ): ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ମିଳିଛି ବଡ଼ ଝଟକା । ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି କୋର୍ଟ। ସୋରେନ୍ ପ୍ରଚାର ପାଇଁ ଅନ୍ତରୀଣ ଜାମିନ ଆବେଦନ କରିଥିଲେ। ଶୁଣାଣି ବେଳେ ଜଷ୍ଟିସ୍‌ ଦୀପଙ୍କୀ ଦତ୍ତା ଓ ଜଷ୍ଟିସ ସତୀଶ ଚନ୍ଦ୍ରଙ୍କ ଖଣ୍ଡପୀଠ ନିମ୍ନ ଅଦାଲତରେ ଜାମିନ ଆବେଦନ କରିଥିବା ତଥ୍ୟ ଲୁଚାଇବାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ସୋରେନଙ୍କ ତରଫରୁ ହାଜର ହୋଇଥିବା ଓକିଲ କପିଲ ସିବଲଙ୍କୁ କୋର୍ଟ କହିଛନ୍ତି, ‘ତୁମର ଆଚରଣ ଅନେକ କଥା କହୁଛି, ଆମେ ଆଶା କରିଥିଲୁ ତୁମର ମହକିଲ୍‌ ସ୍ପଷ୍ଟତା ସହିତ ଆଗକୁ ଆସିବେ କିନ୍ତୁ ତୁମେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲୁଚାଇଛ। ଆବେଦନର ଗୁଣବତ୍ତା ଉପରେ ବିଚାର ନକରି ଆମେ ଗିରଫଦାରୀ ବିରୋଧରେ କରିଥିବା ତାଙ୍କ ଆବେଦନକୁ ଖାରଜ କରିବୁ। ଯଦି କୋର୍ଟ ଏହାର ଯୋଗ୍ୟତା ବିବେଚନା କରନ୍ତି, ତେବେ ଏହା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ହିଁ କ୍ଷତିକାରକ ହେବ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ