ଆଜି ହେମନ୍ତ ସୋରେନଙ୍କୁ ପଚରାଉଚରା କରିପାରେ ଇଡି

ଝାଡଖଣ୍ଡ(ବଡ଼ ଖବର ବ୍ୟୁରୋ): ବଢ଼ିଲା ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରୀ ଭୟ । ଆଜି ହେମନ୍ତ ସୋରେନଙ୍କୁ ଜେରା କରିପାରେ ଇଡି । ପତ୍ନୀଙ୍କୁ ଧରି ଦଳୀୟ ନେତା କର୍ମୀଙ୍କ ସହ ହେମନ୍ତଙ୍କ ଘନ ଘନ ବୈଠକ । ହେମନ୍ତ ସୋରେନଙ୍କ ପତ୍ନୀ ଆଗାମୀ ମୁଖ୍ୟମନ୍ତ୍ରୀ ହେବା ନେଇ ଦଳ ମଧ୍ୟରେ ଚର୍ଚ୍ଚା । ବହୁ ଚର୍ଚ୍ଚିତ ଜମି ଦୁର୍ନୀତି ମାମଲାରେ ଆଜି ରାଞ୍ଚିସ୍ଥିତ ବାସଭବନରେ ଇଡି ଜେରାର ସମ୍ମୁଖୀନ ହୋଇପାରନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌। ହେମନ୍ତଙ୍କ ଦିଲ୍ଲୀସ୍ଥିତ ଶାନ୍ତି ନିକେତନ ବାସଭବନରେ ରେଡ୍ କରି ଇଡି ଗତକାଲି ନଗଦ ୩୬ ଲକ୍ଷ ଟଙ୍କା, ଦୁଇଟି ଦାମୀ ଗାଡ଼ି ଓ ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଇଡି ଜବତ କରିଥିଲା। ଏହାପରେ ତାଙ୍କ ଗିରଫଦାରୀ ଆଶଙ୍କା ବଢ଼ି ଯାଇଛି।

ପୂର୍ବରୁ ନଅ ନଅ ଥର ସମନ ଟାଳି ଇଡି କାର୍ଯ୍ୟାଳୟରେ ହାଜର ହୋଇନଥିଲେ ହେମନ୍ତ ସୋରେନ। ଦଶମ ଥର ଲାଗି ଜାନୁଆରୀ ୨୯ କିମ୍ବା ୩୦ରେ ହାଜର ହେବାକୁ ଇଡି ହେମନ୍ତଙ୍କୁ ଶେଷ ସୁଯୋଗ ଦେଇଥିଲା । ହେଲେ ହେମନ୍ତ ଓଲଟା ଇଡିକୁ ଚିଠି ଲେଖିଛନ୍ତି ଯେ, ସେ ବଜେଟ ପାଇଁ ବ୍ୟସ୍ତ । ରାଜନୈତିକ ଆକ୍ରୋଶ ରଖି ତାଙ୍କୁ ସମନ କରାଯାଇଛି। ଏହାପରେ ଆଜି ରାଞ୍ଚିସ୍ଥିତ ନିଜ ବାସଭବନରେ ଇଡିକୁ ଭେଟିବାକୁ ରାଜି ହୋଇଛନ୍ତି ହେମନ୍ତ ସୋରେନ। ଗତ ୨୦ରେ ମଧ୍ୟ ରାଞ୍ଚିସ୍ଥିତ ବାସଭବନରେ ହେମନ୍ତଙ୍କୁ ୭ ଘଣ୍ଟାରୁ ଅଧିକ ସମୟ ଧରି ଜେରା କରିଥିଲା ଇଡି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ, ଇଡି କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ