ଇସ୍ତଫା ଦେବେନି ହେମନ୍ତ ସୋରେନ

ଝାଡ଼ଖଣ୍ଡ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଇସ୍ତଫା ଦେବା ନେଇ ହେଉଥିବା ଚର୍ଚ୍ଚା ଉପରେ ବିରାମ ଲାଗିଛି। ବର୍ତ୍ତମାନ ସେ ଇସ୍ତଫା ଦେବେ ନାହିଁ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ଆବାସରେ ହୋଇଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ତେବେ ହେମନ୍ତ ଇସ୍ତଫା ଦେଇ ପତ୍ନୀ କଳ୍ପନା ସୋରେନଙ୍କୁ ନୂଆ ମୁଖ୍ୟମନ୍ତ୍ରୀ କରିବା ନେଇ କୁହାଯାଉଥିଲା। ବୈଠକରେ ସବୁ ବିଧାୟକ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ରହିବା ନେଇ ସମର୍ଥନ ଦେଇଛନ୍ତି । ଏହା ସହ ଇଡିର ପଦକ୍ଷେପ ଉପରେ ମଧ୍ୟ ନଜର ରଖାଯିବ ବୋଲି କହିଛନ୍ତି ।

ଏହି ନିଷ୍ପତ୍ତି ଏଭଳି ସମୟରେ ସାମ୍ନାକୁ ଆସିଛି ଯେତେବେଳେ ହେମନ୍ତ ସୋରେନ, ଇଡିର ସପ୍ତମ ଥର ସମନକୁ ପ୍ରତ୍ୟାଖ୍ୟାନ କରିଛନ୍ତି । ଏମିତିକି କୁହାଯାଉଛି ଯେ, ସୋରେନ୍ ଇଡିକୁ ଚିଠି ଲେଖି ଏହି ଯାଞ୍ଚ ଅବୈଧ ବୋଲି କହିଛନ୍ତି । ଲଗାତାର ଭାବେ ତାଙ୍କୁ ଇଡି ସମନ କରୁଛି। ୭ ଥର ତାଙ୍କୁ ସମନ ପଠାଯାଇଥିଲେ ହେଁ ସେ ହାଜର ହେଉନାହାନ୍ତି। ଏଣୁ ଇଡି ତାଙ୍କୁ ପଚରାଉଚରା ନଚେତ ଗିରଫ କରିପାରେ ବୋଲି କୁହାଯାଉଛି। ଏମିତିରେ ସେ ତାଙ୍କ ପଦରୁ ଇସ୍ତଫା ଦେଇ ପତ୍ନୀଙ୍କୁ ମୁଖ୍ୟମନ୍ତ୍ରୀ କରିପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’