Masthead

ଆଜି ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗି ରାଗ ଶୁଝାଇବେ ଅଭିମାନିନୀ ମା’ ଲକ୍ଷ୍ମୀ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରା ପଞ୍ଚମୀ ନୀତି । ପରମ୍ପରା ଅନୁଯାୟୀ, ଆଜି ସଂଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ୱତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଘଣ୍ଟଘଣ୍ଟା, କାହାଳୀ ଶୋଭାଯାତ୍ରାରେ ବଡ଼ଦାଣ୍ଡ ଦେଇ ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିବେ। କାଳିଆ ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି। ସେହିପରି ୯ ଦିନର ଯାତ୍ରା ନ ସରିବା ପର୍ୟ୍ୟନ୍ତ ମହାପ୍ରଭୁ ଶ୍ରୀମନ୍ଦିର ଫେରିବେ ନାହିଁ ବୋଲି ମା’ଲକ୍ଷ୍ମୀଙ୍କୁ କହିଥାନ୍ତି। ଏଥିରେ ରାଗିଯାଇ ଫେରିଲା ବେଳେ ପରମ୍ପରା ମୁତାବକ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବିଜେ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଉପରେ ରାଗ ସୁଝାଇବେ। ରଥ ଭାଙ୍ଗି ପୁଣି ଶ୍ରୀମନ୍ଦିର ଚାଲିଯିବେ।

ହେରାପଞ୍ଚମୀ ନୀତିପରେ ବାହୁଡାଯାତ୍ରା ପ୍ରସ୍ତୁତି ଆରମ୍ଭ ହୋଇଥାଏ। ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପରଦିନ ଗୁଣ୍ଡିଚା ମନ୍ଦିରରେ ସକାଳ ଧୂପ ନୀତି ଶେଷ ହେବା ପରେ ତିନି ଠାକୁରଙ୍କ ଆଜ୍ଞାମାଳକୁ ତିନି ଜଣ ପାଳିଆ ପୂଜା ପଣ୍ଡା ହସ୍ତରେ ଧାରଣ କରି ଘଣ୍ଟ, ଛତା ଓ କାହଳି ସହ ତିନି ରଥକୁ ଉକ୍ତ ଆଜ୍ଞାମାଳ ପ୍ରଦାନ କରିଥାନ୍ତି। ଏହା ପରେ ତିନି ରଥର ଦକ୍ଷିଣ ମୋଡ଼ ହୋଇଥାଏ। ତିନିରଥ ଶ୍ରୀଗୁଣ୍ଡିଚା ମନ୍ଦିରର ସିଂହଦ୍ୱାରଠାରେ ଥାଏ।ନୀତି ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଟଣା ହୋଇଥାଏ। ଏହାପରେ ବଳଭଦ୍ରଙ୍କ ତାଳଧ୍ୱଜ ଓ ଶେଷରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ରଖାଯାଇଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି