Masthead

ହାଇଟେକ୍ ଦୁର୍ଘଟଣା, ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

 

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ । ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ । ଏସିରେ ଗ୍ୟାସ୍ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଶୁକ୍ରବାର ବିଳମ୍ବିତ ରାତି ୩ଟାରୁ ୩.୩୦ ମଧ୍ୟରେ ଦିଲ୍ଲୀପଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଲେ ହାଇଟେକ୍ ହସ୍ପିଟାଲ । ଡିସେମ୍ବର ୨୯ ତାରିଖରେ ହାଇଟେକ୍ ହସ୍ପିଟାଲରେ ଏସି ଗ୍ୟାସ ରିପେୟାରିଙ୍ଗ କରୁଥିବା ସମୟରେ ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ଜ୍ୟୋତି ମଲ୍ଲିକ ଓ ଦିଲ୍ଲୀପ ସାମନ୍ତରାୟଙ୍କ ସମେତ ୪ଜଣ ଗୁରୁତର ହୋଇଥିଲେ ।

ସେମାନଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ସେମାନଙ୍କ ମଧ୍ୟରୁ ଜ୍ୟୋତିଙ୍କ ସହ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ ଜ୍ୟୋତିଙ୍କ ମୃତଦେହକୁ ଦିଲ୍ଲୀପ ବୋଲି ଚିହ୍ନଟ କରି ଦାହ ସଂସ୍କାର କରିବା ପରେ , ଭେଣ୍ଟିଲେଟରରୁ ବାହାରିଥିବା ବ୍ୟକ୍ତି ଜଣକ କିନ୍ତୁ ନିଜକୁ ଦିଲ୍ଲୀପ ସାମନ୍ତରାୟ ବୋଲି ପରିଚୟ ଦେଇଥିଲେ । ପରିଚୟର ଏହି ଭାନ୍ତ ଖେଳ ଭିତରେ ବିରାଟ ଦ୍ୱନ୍ଦ୍ୱ ସୃଷ୍ଟି ହେବା ସହ ମେଡିକାଲ ପରିସରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ ଏହି ଘଟଣାରେ ଆଉ ଜଣେ ଏବେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ