Masthead

ହାଇଟେକ୍ ଦୁର୍ଘଟଣା, ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

 

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ହାଇଟେକ୍ ମେଡ଼ିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ । ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ । ଏସିରେ ଗ୍ୟାସ୍ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଶୁକ୍ରବାର ବିଳମ୍ବିତ ରାତି ୩ଟାରୁ ୩.୩୦ ମଧ୍ୟରେ ଦିଲ୍ଲୀପଙ୍କର ମୃତ୍ୟୁ ହୋଇଥିବା ସୂଚନା ଦେଲେ ହାଇଟେକ୍ ହସ୍ପିଟାଲ । ଡିସେମ୍ବର ୨୯ ତାରିଖରେ ହାଇଟେକ୍ ହସ୍ପିଟାଲରେ ଏସି ଗ୍ୟାସ ରିପେୟାରିଙ୍ଗ କରୁଥିବା ସମୟରେ ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ଜ୍ୟୋତି ମଲ୍ଲିକ ଓ ଦିଲ୍ଲୀପ ସାମନ୍ତରାୟଙ୍କ ସମେତ ୪ଜଣ ଗୁରୁତର ହୋଇଥିଲେ ।

ସେମାନଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ସେମାନଙ୍କ ମଧ୍ୟରୁ ଜ୍ୟୋତିଙ୍କ ସହ ଅନ୍ୟ ଜଣଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ ଜ୍ୟୋତିଙ୍କ ମୃତଦେହକୁ ଦିଲ୍ଲୀପ ବୋଲି ଚିହ୍ନଟ କରି ଦାହ ସଂସ୍କାର କରିବା ପରେ , ଭେଣ୍ଟିଲେଟରରୁ ବାହାରିଥିବା ବ୍ୟକ୍ତି ଜଣକ କିନ୍ତୁ ନିଜକୁ ଦିଲ୍ଲୀପ ସାମନ୍ତରାୟ ବୋଲି ପରିଚୟ ଦେଇଥିଲେ । ପରିଚୟର ଏହି ଭାନ୍ତ ଖେଳ ଭିତରେ ବିରାଟ ଦ୍ୱନ୍ଦ୍ୱ ସୃଷ୍ଟି ହେବା ସହ ମେଡିକାଲ ପରିସରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା । ତେବେ ଏହି ଘଟଣାରେ ଆଉ ଜଣେ ଏବେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି