Masthead

୭ ଜିଲ୍ଲାରେ ହାଇ ଆର୍ଲଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତ୍ୟା ମୋନ୍ଥା ପାଇଁ ଓଡ଼ିଶାରେ ୭ ଜିଲ୍ଲାରେ ହାଇ ଆର୍ଲଟ ଜାରି କରାଯାଇଛି । ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ବାଲେଶ୍ୱର, ଗଞ୍ଜାମ, କେନ୍ଦ୍ରାପଡ଼ା, ମାଲକାନାଗିରି, କୋରାପୁଟ, କଳାହାଣ୍ଡି, ଗଜପତି ଜିଲ୍ଲାରେ ସବୁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ସେଠାକାର ଜିଲ୍ଲାପାଳ । କିଛି ଜିଲ୍ଲାରେ ସରକାରୀ ଅଧିକାରୀଙ୍କୁ ହେଡକ୍ୱାଟର ନ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛି । ସବୁ ଅଧିକାରୀଙ୍କୁ ସଜାଗ ରହିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।

ସ୍ଥଳଭାଗକୁ ଆସିବା ପୂର୍ବରୁ ଭୀଷଣ ରୂପ ଧାରଣ କରିବ ମୋନ୍ଥା। ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶର କାକିନାଡ଼ାଠାରୁ 890 କିଲୋମିଟର ଦକ୍ଷିଣ ପୂର୍ବ ତଥା ଗୋପାଳପୁରଠାରୁ 970 ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଗତ 6 ଘଣ୍ଟା ଧରି ଏହା ଘଣ୍ଟା ପ୍ରତି 8 କିଲୋମିଟର ବେଗରେ ଗତି କରୁଛି।  ଆଜି ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି। ଆସନ୍ତାକାଲି ଏହା ବାତ୍ୟାର ରୂପ ନେବ। ୨୮ ତାରିଖ ସକାଳ ବେଳକୁ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ ସାମୁଦ୍ରିକ ଝଡ଼ ମୋନ୍ଥା। 28 ତାରିଖ ସନ୍ଧ୍ୟାରୁ ରାତି ଭିତରେ ଏହା ଆନ୍ଧ୍ର ଉପକୂଳର କାକାନାଡ଼ାର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ ଛୁଇଁପାରେ ସ୍ଥଳ ଭାଗ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା