Masthead

ବାତ୍ୟା ‘ଦାନା’କୁ ନେଇ ହାଇ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ଚାଲିଛି ବ୍ୟାପକ ପ୍ରସ୍ତୁତି । ପ୍ରଭାବିତ ହେବାକୁ ଅଞ୍ଚଳରେ ବୁଧବାର ସକାଳୁ ଆରମ୍ଭ ହେବ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ ପ୍ରକ୍ରିୟା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଆବଶ୍ୟକସ୍ଥଳେ ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତରଣ କରାଯିବ । ୩ ହଜାରରୁ ଅଧିକ ସମ୍ବେଦନଶୀଳ ସ୍ଥାନରୁ ଲୋକଙ୍କୁ ସ୍ଥାନାନ୍ତରିତ କରିବାକୁ ଚିହ୍ନଟ କରାଯାଇଛି । ସେପଟେ ବାତ୍ୟାକୁ ନେଇ ପୁଣି ଆସିଛି ବଡ ଖବର ।

ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟା ରୂପ ନେବା ପରେ ଏହା ଏବେ ୧୫ କିଲୋମିଟର ବେଗରେ ଉତ୍ତର- ପଶ୍ଚିମ ଦିଗରେ ଆଗକୁ ବଢୁଛି । କ୍ରମେ ଏହାର ଭୀଷଣ ବାତ୍ୟା ରୂପ ନେଇ ଧାମରାରୁ ଭିତରକନିକା ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ପୂର୍ବରୁ ବାତ୍ୟା ୧୮ କିଲୋମିଟର ବେଗରେ ଗତି କରୁଥିବାବେଳେ ଏବେ ଏହାର ଗତିରେ ଧୀରତା ଆସି ୧୫ କିଲୋମିଟରକୁ ହ୍ରାସ ପାଇଛି । ଫଳରେ ସମୁଦ୍ର ଭିତରେ ଏହାର ଅଧିକ ଶକ୍ତିଶାଳୀ ହେଉଥିବା କୁହାଯାଉଛି । ଏବେ ସୁଦ୍ଧା ମିଳିଥିବା ପାଣିପାଗ ବିଭାଗ ସୂଚନା ମୁତାବକ, ଏବେ ଏହା ପାରାଦୀପ ଠାରୁ ୫୨୦ କିଲୋମିଟର ଦୂରରେ ରହିଛି । ସାଗରଦ୍ୱୀପଠାରୁ ଏହାର ଦୂରତା ୬୦୦ କିଲୋମିଟର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ