Masthead

ଅଣାୟତ ହେବାରେ ଲାଗିଛି କରୋନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଇବାରେ ଲାଗିଛି କରୋନା । ହୁ ହୁ ହୋଇ ମାଡ଼ିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୯୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧କୋଟି ୧୬ ଲକ୍ଷ ୪୬ ହଜାର ୮୧ରେ ପହଞ୍ଚିଛି । ସେହିପରି ଦିନକରେ ୨୧୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ , ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାରକୁ ବୃଦ୍ଧି ପାଇଛି ।

ଗତ ତିନିଦିନ ହେବ ଦେଶରେ ଲଗାତର ଭାବେ ହେଲା ୪୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଯାହା ଏବେ ଦେଶବାସୀଙ୍କ ଚିନ୍ତା ବଢାଇଛି । ମହାରାଷ୍ଟ୍ରରେ ମଧ୍ୟ ଅଣାୟତ ହେବାରେ ଲାଗିଛି ସ୍ଥିତି । ରେକର୍ଡ କରିଛି ଦୈନିକ ସଂକ୍ରମଣ । ୨୪ଘଂଟାରେ ୩୦ହଜାର ୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ଗୋଟିଏ ଦିନରେ ଏହା ହେଉଛି ଅଧିକ ରୋଗୀ ଚିହ୍ନଟଙ୍କ ସଂଖ୍ୟା ।

ରବିବାର ଏହା ସର୍ବାଧିକ ନୂଆ ଆକ୍ରାନ୍ତ ଚିହ୍ନ ହୋଇଥିବା ବେଳେ ୯୯ଜଣଙ୍କ ମୃତ୍ୟୁ ହୋଇଛି । ବର୍ତମାନ ସୁଧା ମହାରାଷ୍ଟ୍ରରେ ୯ଲକ୍ଷ ୬୯ହଜାର ୮୬୭ଜଣ କ୍ୱାରେନଟାଇନରେ ଥିବା ବେଳେ ୯ହଜାର ୬୦୧ ଏବେବି ଚିକିତ୍ସିତ ଅଛନ୍ତି । ମୁମ୍ବାଇ ଓ ନାଗପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟ ପାଇଁ ଅଧିକ ଚିନ୍ତା ବଢାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ