ଅନୁଭବଙ୍କୁ ବଡ଼ ଆଶ୍ୱସ୍ତି: NBW ଉପରେ ରୋକ୍ ଲଗାଇଲେ ହାଇକୋର୍ଟ

କଟକ (ବଡ଼ ଖବର ବ୍ୟୁରୋ): ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କୁ ଆଶ୍ବସ୍ତି । ଏନବିଡବ୍ଲ୍ୟୁ ଉପରେ ସ୍ଥଗିତାଦେଶ ଜାରି କଲେ ହାଇକୋର୍ଟ । ଜେଏମଏଫସି ଏମପିଏମଏଲ କୋର୍ଟଙ୍କ ପକ୍ଷରୁ ଜାରି ହୋଇଥିଲା ଏନବିଡବ୍ଲ୍ୟୁ । ଚାର୍ଜଫ୍ରେମ୍‌ ପାଇଁ ହାଜର ନହେବାରୁ ଏନବିଡବ୍ଲ୍ୟୁ ଜାରି ହୋଇଥିଲା । ଆସନ୍ତା ୨୩ ତାରିଖ ସୁଦ୍ଧା ୱାରେଣ୍ଟ ଜାରି କରି କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଗତ ୮ ତାରିଖ ଦିନ ଅଭିନେତା ଅନୁଭବଙ୍କ ନାମରେ ଚାର୍ଜଫ୍ରେମ୍ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ।

ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ଅନୁଭବଙ୍କ ଡିସଚାର୍ଜ ପିଟିସନ ଖାରଜ ହୋଇଯାଇଥିଲା । ଘରୋଇ ହିଂସାକୁ ନେଇ ଅଭିନେତ୍ରୀ ବର୍ଷାଙ୍କ ତରଫରୁ ପୁରୀଘାଟ ଥାନାରେ ଏହି ମାମଲା ଦାୟର କରାଯାଇଥିଲା । ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଅନୁଭବ ସମୟ ମାଗିଥିବା ବେଳେ ଉକ୍ତ ଆବେଦନକୁ ଗ୍ରହଣ କରି କୋର୍ଟ ଅନୁଭବଙ୍କୁ ସମୟ ଦେଇଥିଲେ । ବାରମ୍ବାର ସମୟ ମାଗିବା ସହ ହାଜର ନ ହେବାରରେ ଶେଷରେ କୋର୍ଟ ଅନୁଭବଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଏହାକୁ ଅନୁଭବ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିବା ବେଳେ ସେନେଇ ତାଙ୍କୁ ଆଶ୍ୱସ୍ତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ