Masthead

ଆଜି ହାଇଭୋଲଟେଜ ପ୍ରଚାର, ଓଡ଼ିଶା ଆସୁଛନ୍ତି ନଡ୍ଡା ଓ ରାହୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହାଇଭୋଲଟେଜ ପ୍ରଚାର । ଓଡ଼ିଶା ଆସିବ ନଡ୍ଡା ଓ ରାହୁଲ । ରାହୁଲ ଓ ନଡ୍ଡା ନିଜର କର୍ମୀଙ୍କୁ କ’ଣ ଗୁରୁମନ୍ତ୍ର ଦେଉଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି। ଆଜି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି ଓ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି. ନଡ୍ଡା ଓଡ଼ିଶା ଗସ୍ତରେ ଆସୁଛନ୍ତି । ରାହୁଲ କଟକ ଜିଲ୍ଲାର ସାଲେପୁର ନିକଟ କୁଳିଆରେ ଏକ ସାଧାରଣ ସଭାରେ ଯୋଗ ଦେବେ । ନଡ୍ଡା ବ୍ରହ୍ମପୁର ଗସ୍ତ କରି ଆମ୍ବପୁଆଠାରେ ଏକ ଜନସଭାକୁ ସମ୍ବୋଧନ କରିବେ । ରାହୁଲ ଭୁବନେଶ୍ୱର ଏୟାର୍ପୋର୍ଟରୁ ହେଲିକପ୍ଟର୍ରେ ଆସି ସାଲେପୁର ନିକଟ ସତ୍ୟଭାମାପୁର ପଡ଼ିଆରେ ଦିନ ପ୍ରାୟ ୧୧ଟା ବେଳେ ଓହ୍ଲାଇବେ ।

ଏଠାରୁ କଡ଼ା ସୁରକ୍ଷା ବଳୟରେ କାର୍କେଡରେ ଯାଇ ୭ ଶହ ମିଟର ଦୂର ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜନ୍ମସ୍ଥାନରେ ତାଙ୍କ ଜୟନ୍ତୀରେ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ । ପୁଣି ସତ୍ୟଭାମାପୁର ପଡ଼ିଆକୁ ଫେରି ହେଲିକପ୍ଟରରେ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ପଡ଼ିଆରେ ଆୟୋଜିତ ସାଧାରଣ ସଭା ସ୍ଥଳକୁ ଯାଇ ଉଦ୍ବୋଧନ ଦେବେ । ସଭାସ୍ଥଳରେ କାର୍ଯ୍ୟକ୍ରମ ୧୨ଟାରୁ ୨ଟା ପର୍ଯ୍ୟନ୍ତ ରହିଛି । ସଭାସ୍ଥଳରେ ରାହୁଲ୍ ପ୍ରାୟ ଏକ ଘଣ୍ଟା ରହିବେ । ରାହୁଲଙ୍କ କାର୍ଯ୍ୟକ୍ରମ ପାଇଁ ରାଜ୍ୟ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇପଡ଼ିଛି । ସଭାମଞ୍ଚରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଦଳର ବିଧାୟକଗଣ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ଜୟଦେବ ଜେନା, ରାଜ୍ୟ ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତ ଚରଣ ଦାସ, କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ, କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ସିଦ୍ଧାର୍ଥ ସ୍ୱରୂପ ଦାସ, ସାଲେପୁର ପ୍ରାର୍ଥୀ ଆକ୍ୟୁବ୍ ଉଜ୍ଜାମନ୍ ଖାନ୍ ପ୍ରମୁଖ ଦଳର ବରିଷ୍ଠ ନେତା ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।

ସେପଟେ ଜେ.ପି. ନଡ୍ଡା ସାଢେ ୪ଟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବାର କାର୍ୟ୍ୟକ୍ରମ ରହିଛି। ଭୁବନେଶ୍ୱର ପହଞ୍ଚି ପରେ ନଡ୍ଡା ସିଧା ସଳଖ ସ୍ୱତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ ଯିବେ। ସାଢେ ୫ଟାରେ ଆମ୍ବପୁଆ ଠାରେ ସାଧାରଣ ସଭାରେ ଯୋଗ ଦେବେ ନଡ୍ଡା। ପରେ ସଂଧ୍ୟା ୬ଟା ୪୫ରେ କାର୍ୟ୍ୟକର୍ତ୍ତା ବୈଠକରେ ଯୋଗ ଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟର କାର୍ୟ୍ୟକର୍ତ୍ତା ମାନେ ଯୋଗ ଦେବେ। ତେବେ ନଡ୍ଡା ବ୍ରହ୍ମପୁରରେ ରାତ୍ରି ରହଣୀ କରି ପର ଦିନ ସକାଳେ ଦିଲ୍ଲୀ ଫେରିବା କାର୍ୟ୍ୟକ୍ରମ ରହିଛି। ଦିନକ ତଳେ ସୋନପୁର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନବୀନ ସରକାରକୁ ସିଧାସଳଖ ନିଶାନା କରିଥିବାରୁ ଆଜି ନଡ୍ଡା କଣ କହୁଛନ୍ତି ତା ପରେ ସମସ୍ତଙ୍କ ନଜର ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି