Masthead

ସିବିଆଇକୁ ହାଇକୋର୍ଟଙ୍କ ନାଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଆବେଦନ ମାମଲା । ମାମଲା ଖାରଜ କଲେ ହାଇକୋର୍ଟ । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ । ସରକାରଙ୍କ ପକ୍ଷରୁ ଆଡଭୋକେଟ୍ ଜେନେରାଲ ଉତ୍ତର ରଖିଛନ୍ତି । କହିଛନ୍ତି, ଘଟଣାକୁ ମାତ୍ର ୧୧ଦିନ ହୋଇଛି ତେଣୁ ତଦନ୍ତ ପ୍ରକ୍ରିୟା ଚାଲିଛି । ସେପଟେ ମାମଲାର ଆବେଦନକାରୀ କହିଛନ୍ତି. କିଛି ଦିନ ବ୍ୟବଧାନ ପରେ ପୁଣି କୋର୍ଟରେ ଆବେଦନ କରାଯିବ । ନଚେତ୍ ଯଦି ଆବଶ୍ୟକ ପଡେ ସୁପ୍ରିମକୋର୍ଟରେ ଆବେଦନ କରାଯିବ । ତେବେ ସିବିଆଇ ତଦନ୍ତ ଆବେଦନ ଭାରତୀୟ ବିକାଶ ପରିଷଦ ପକ୍ଷରୁ କରାଯାଇଥିଲା । ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଥିଲେ । ମନ୍ତ୍ରୀ ନବ କିଶୋର ଦାସଙ୍କୁ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ଗତ ୬ ତାରିଖରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା । ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦାୟିତ୍ବ ସିବିଆଇକୁ ଦିଆଯାଉ ବୋଲି ଦର୍ଶାଇ ଏହି ମାମଲା ଦାୟର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା