Masthead

ସିବିଆଇକୁ ହାଇକୋର୍ଟଙ୍କ ନାଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନବ ଦାସ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ଆବେଦନ ମାମଲା । ମାମଲା ଖାରଜ କଲେ ହାଇକୋର୍ଟ । ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ମାମଲାକୁ ଖାରଜ କରିଛନ୍ତି ହାଇକୋର୍ଟ । ସରକାରଙ୍କ ପକ୍ଷରୁ ଆଡଭୋକେଟ୍ ଜେନେରାଲ ଉତ୍ତର ରଖିଛନ୍ତି । କହିଛନ୍ତି, ଘଟଣାକୁ ମାତ୍ର ୧୧ଦିନ ହୋଇଛି ତେଣୁ ତଦନ୍ତ ପ୍ରକ୍ରିୟା ଚାଲିଛି । ସେପଟେ ମାମଲାର ଆବେଦନକାରୀ କହିଛନ୍ତି. କିଛି ଦିନ ବ୍ୟବଧାନ ପରେ ପୁଣି କୋର୍ଟରେ ଆବେଦନ କରାଯିବ । ନଚେତ୍ ଯଦି ଆବଶ୍ୟକ ପଡେ ସୁପ୍ରିମକୋର୍ଟରେ ଆବେଦନ କରାଯିବ । ତେବେ ସିବିଆଇ ତଦନ୍ତ ଆବେଦନ ଭାରତୀୟ ବିକାଶ ପରିଷଦ ପକ୍ଷରୁ କରାଯାଇଥିଲା । ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଥିଲେ । ମନ୍ତ୍ରୀ ନବ କିଶୋର ଦାସଙ୍କୁ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ଗତ ୬ ତାରିଖରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା । ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦାୟିତ୍ବ ସିବିଆଇକୁ ଦିଆଯାଉ ବୋଲି ଦର୍ଶାଇ ଏହି ମାମଲା ଦାୟର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା