Masthead

ବଢ଼ୁଛି ହାତୀ ମୃତ୍ୟୁ, ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ହାତୀ ମୃତ୍ୟୁ । ରାଜ୍ୟରେ ୨ ମାସ ମଧ୍ୟରେ ୧୨ ହାତୀଙ୍କ ଜୀବନ ଯାଇଛି । ହାତୀ ମୃତ୍ୟୁ ମାମଲାକୁ ଗୁରୁତ୍ୱର ସହ ନେଇଛନ୍ତି ହାଇକୋର୍ଟ । ହାତୀ ମୃତ୍ୟୁର କାରଣ କଣ? କଣ ପାଇଁ ଯାଇଛି ହାତୀଙ୍କ ଜୀବନ ସେନେଇ ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି ହାଇକୋର୍ଟ । ରିପୋର୍ଟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ସେହିପରି ବିଦ୍ୟୁତ୍ ଆଘାତଜନିତ ହାତୀ ମୃତ୍ୟୁ ରୋକିବା ଉପରେ ଗୁରୁତ୍ୱ ଦେଇଛନ୍ତି ହାଇକୋର୍ଟ । ହାତୀଙ୍କ ସୁରକ୍ଷା ପାଇଁ ପ୍ରସ୍ତୁତ ଆକ୍ସନ୍ ପ୍ଲାନ୍ କଡ଼ାକଡ଼ି କାର୍ୟ୍ୟକାରୀ କରିବା ଉପରେ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି ।

ଜାନୁଆରୀ ୧୮ରୁ ଏ ପର୍ଯ୍ୟନ୍ତ ୨ ମାସରୁ କମ୍ ସମୟ ଭିତରେ ୧୨ଟି ହାତୀଙ୍କ ମୃତ୍ୟୁ ହେଲାଣି । ସେହିଭଳି ହାତୀ ଆକ୍ରମଣରେ ୧୪ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଏଥିମଧ୍ୟରୁ ୨ଟି ହାତୀର ଶିକାର କରାଯାଇଥିବା ବେଳେ ୪ଟି ବିଦ୍ୟୁତ ଆଘାତଜନିତ ମୃତ୍ୟୁ । ଅନ୍ୟ ହାତୀଙ୍କ ଆକ୍ରମଣରେ ୨ଟି ହାତୀଛୁଆଙ୍କ ମୃତ୍ୟୁ ହୋଇଥିଲା । ଶିକାର ଓ ବିଦ୍ୟୁତ୍ ଆଘାତଜନିତ ହାତୀ ମୃତ୍ୟୁ ପାଇଁ ୬ଟି ଏତଲା ପଞ୍ଜୀକରଣ କରାଯାଇଥିବା ଜେଟିଏଫ୍ ସଦସ୍ୟ ଥିବା ଅତିରିକ୍ତ ଏସ୍ପି ଦର୍ଶାଇଥିଲେ । ଏହି ୬ଟି ଏତଲାକୁ ନେଇ ରୁଜୁ ମାମଲାର କଣ ଅଗ୍ରଗତି ହୋଇଛି ସେ ନେଇ ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି