Masthead

କମ୍ପିବ ଝାରସୁଗୁଡ଼ା ପ୍ରଚାର ମଇଦାନ, ମୁହାଁମୁହିଁ ହେବେ ନବୀନ-ଧର୍ମେନ୍ଦ୍ର

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଆଜି ଝାରସୁଗୁଡ଼ାରେ ହେବ ଟକ୍କର । ମୁହାଁମୁହିଁ ହେବେ ନବୀନ-ଧର୍ମେନ୍ଦ୍ର । ମଇଦାନରେ ହେବ ଜୋରଦାର ଲଢେଇ । ନିଜ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ହାଇଭୋଲଟେଜ ପ୍ରଚାରରେ କମ୍ପିବ ଝାରସୁଗୁଡ଼ା ମଇଦାନ । ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରୁ ଅପରାହ୍ଣ ୩ଟା ୪୫ରେ ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନ ବନ୍ଦରରେ ୪ଟା ୩୦ରେ ପହଞ୍ଚିବେ । ସେଠାରେ ଜେଲ ପାଖ ଅମଲିପାଲି ପଡ଼ିଆରେ ହେବାକୁ ଥିବା ସଭାସ୍ଥଳକୁ ଯାଇ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

୪ଟା ୩୦ରୁ ୫ଟା ୧୫ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରେ ରହି ପ୍ରଚାର କରିବା ସହ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ଭୋଟ୍ ମାଗିବେ । ସେହିପରି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ପାଇଁ ଭୋଟ୍ ମାଗିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସକାଳ ୧୦ଟା ୩୦ରେ କୋଲାବିରା ବ୍ଲକରେ ଏକ ସାଧାରଣ ସଭାରେ ଉଦବୋଧନ ଦେବେ । ଅପରାହ୍ଣ ୪ଟାରେ ଝାରସୁଗୁଡ଼ା ସହର ବସଷ୍ଟାଣ୍ଡଠାରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ