କନ୍ଦାଉଛି ପିଆଜ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ହୁ ହୁ ହୋଇ ବଢିଚାଲିଛି ପିଆଜ ଦର । ପିଆଜ ଏବେ କାଟିଲା ବେଳେ ନୁହେଁ କିଣିଲା ବେଳେ ଆଖିରେ ଆସୁଛି ଲୁହ । ଗତ ଦୁଇମାସ ଧରି ଲଗାତର ପିଆଜ ଦର ବଢି ଏବେ ୮୦ଟଙ୍କାରେ ପହଁଚିଛି । ପିଆଜକୁ ହାତମାରିବା ପଇଁ ବି ଡ଼ରିଲେଣି ଖାଉଟି । ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ ଭଳି ପିଆଜ ଆମଦନି ହେଉଥିବା ରାଜ୍ୟଗୁଡ଼ିକରେ ବର୍ଷା ହୋଇଯିବା କାରଣରୁ ପିଆଜ ସବୁ ନଷ୍ଟ ହୋଇଯାଇଛି । ବର୍ତ୍ତମାନ ପିଆଜ ଉପରେ କେବଳ ନାସିକ ବଜାର ଉପରେ ନିର୍ଭର କରାଯାଉଛି । ସେହି କାରଣରୁ ଦର ବୃଦ୍ଧି ହୋଇଥିବା କହିଛି ଖାଉଟି କଲ୍ୟାଣ ବିଭାଗ । ନୁତନ ଫସଲ ଆମଦାନି ନହେବା ପର୍ଯ୍ୟନ୍ତ ଦର ଏମିତି ରହିବ ବୋଲି କହିଛି ବିଭାଗ । ତେବେ ବଜାରରେ ପିଆଜର କଳାବଜାରି ଉପରେ ନଜର ରଖିବା ପାଇଁ ସବୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଖାଉଟି କଲ୍ୟାଣ ସଚିବ । ଏନେଇ ଗତକାଲି ରଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସଚିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ