Masthead

ଧ୍ୱଂସସ୍ତୂପ ପାଲଟିଛି ହିମାଚଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ହିମାଚଳରେ ରବିବାର ଠାରୁ ପ୍ରବଳ ବର୍ଷା ଲାଗି ରହିଥିବାରୁ ବଢ଼ି ଚାଲିଛି ଦୁର୍ଦ୍ଦଶା । ୩ ଦିନରେ ଗଲାଣି ୭୧ ଜଣଙ୍କ ଜୀବନ । କାଙ୍ଗ୍ରା ଜିଲ୍ଲାରେ ପୋଙ୍ଗ ଡ୍ୟାମ ଖୋଲିବାରୁ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଛି । ଅଗଷ୍ଟ ୧୩ରୁ ହିମାଚଳରେ ପ୍ରବଳ ବର୍ଷା ଲାଗି ରହିଛି। କେବଳ ହିମାଚଳରେ ୬୫ ଲୋକଙ୍କର ମୃତ୍ୟୁ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁ କହିଛନ୍ତି। ମଙ୍ଗଳବାର ଦିନ ଉଦ୍ଧାରକାରୀ ଦଳ ହିମାଚଳରେ ଭୂସ୍ଖଳନ ଯୋଗୁଁ ଭାଙ୍ଗି ଯାଇଥିବା ମନ୍ଦିର ଏବଂ ଘରର ଭଗ୍ନାବଶେଷ ତଳୁ ୩ ମୃତଦେହ ବାହାର କରିଛନ୍ତି। ଶିମ୍‌ଲାରେ ଶିବ ମନ୍ଦିର ଭୁଶୁଡ଼ିବା ଘଟଣା‌ରେ ପୁଣି ଆଉ ଜଣଙ୍କ ମୃତ୍ୟୁ ହୋଇଛି।

ଶିମ୍‌ଲାର ସ୍ଥାନୀୟ କ୍ରୀଷ୍ଣନଗରରୁ ୬ ଅସ୍ଥାୟୀ ଘର ସମେତ ମୋଟ୍‌ ୮ଟି ଘର ଭୁଶୁଡ଼ି ପଡ଼ିଛି। ହିମାଚଳରେ ଆଗାମୀ ୨ ଦିନ ଏବଂ ଉତ୍ତରାଖଣ୍ଡରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନ୍‌ଡିଆରଏଫ୍‌, ଏସଡିଆରଏଫ୍‌ ଏବଂ ସେନା ବାହିନୀ ମିଳିତ ଉଦ୍ଧାର ଅପରେସନ୍‌ ଜାରି ରଖିଛନ୍ତି । ସେପଟେ କାଙ୍ଗ୍ରା ନିକଟସ୍ଥ ତଳିଆ ଅଞ୍ଚଳରୁ ୮୦୦ରୁ ଅଧିକ ଲୋକଙ୍କୁ ଖାଲି କରାଯାଇଛି। ବର୍ଷା ଓ ଭୂସ୍ଖଳନ ଯୋଗୁଁ ହିମାଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ