ଦିଲ୍ଲୀରେ ମୋଦିଙ୍କ ସରକାର ଅଛି, ପୁଣି ସରକାର ହେବ: ହିମନ୍ତ ବିଶ୍ୱଶର୍ମା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରିରେ ପହଞ୍ଚିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଜନସଭାକୁ ସମ୍ବୋଧିତ କରି କାଲିମେଳାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଅଭିଭାଷଣ ଦେଇଛନ୍ତି । କହିଛନ୍ତି ଦିଲ୍ଲୀରେ ମୋଦିଙ୍କ ସରକାର ଅଛି ପୁଣି ମୋଦିଙ୍କ ସରକାର ହେବ । ଆମ ଆସାମରେ ୫୦ ଲକ୍ଷ ବଙ୍ଗାଳି ଅଛନ୍ତି କହିଲେ ବିଶ୍ବଶର୍ମା । ସେ ଆହୁରି ମଧ୍ୟ କହିଛନ୍ତି ମୋଦି ଯାହା କୁହନ୍ତି ତାକୁ କରିକି ଦେଖାନ୍ତି ବୋଲି ସମସ୍ତେ ଜାଣନ୍ତି । ଆସାମର ଲକ୍ଷେ ଲୋକଙ୍କୁ ସରକାରୀ ଖର୍ଚ୍ଚରେ ରାମ ମନ୍ଦିର ଦେଖାଇବାକୁ ନେବି ବୋଲି କହିଛନ୍ତି ହିମନ୍ତ । ଏଠି ବିଜେପି ସରକାର ଆସିଲେ ୫ ଲକ୍ଷ ଲୋକଙ୍କୁ ଦର୍ଶନ ପାଇଁ ନେବ ।

ନବୀନ ବାବୁ କେବଳ ଓକେ ଓକେ କହନ୍ତି, ଆଉ କିଛି କହନ୍ତିନି । ବିଜେପି ସରକାର ହେଲେ ଏଠି ରାଜସ୍ବ ଗ୍ରାମର ମାନ୍ୟତା ମିଳିବ । ବିଜେପି ସରକାର ଆସିଲେ, ନମ୍ବର ନୁହେଁ, ଗାଁର ନାଁ ଦିଆଯିବ । ବିଜେପି ମୁଖ୍ୟମନ୍ତ୍ରୀ ହେଲା ପରେ, ନିଶ୍ଚିତ ଭାବେ ଗାଁ ନାଁ ଦିଆଯିବ । ଛତିଶଗଡ଼ରେ ବିଜେପି ସରକାର, ଧାନ କିଣାଯାଉଛି ୩ ହଜାରରେ । ଏଠାରେ ବିଜେପି ସରକାର ଆସିଲେ ଧାନ କ୍ବିଣ୍ଟାଲ ୩୧ଶହ ହେବ । ଧାନ ୩୧ଶହରେ କିଣାଯିବା କଥା, ନବୀନ ବାବୁ ଦେଉଛନ୍ତି ୨୧ଶହ । ବିଜେଡି ସରକାର ହେବାର କୌଣସି ସମ୍ଭାବନା ନାହିଁ । ଦିଲ୍ଲୀରେ ମୋଦି ସରକାର, ରାଜ୍ୟରେ ବିଜେପି ସରକାର ହେବ । ଦିଲ୍ଲୀରେ ମୋଦି, ଭୁବନେଶ୍ବରରେ ବି ମୋଦି ସରକାର ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!