Masthead

ସର୍ବୋଚ୍ଚ ଜଳଧାରଣ କ୍ଷମତା ଛୁଇଁଲା ହୀରାକୁଦ ଜଳସ୍ତର

ସମ୍ବଲପୁର, (ବଡ଼ ଖବର ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତା ସ୍ତରକୁ ଛୁଇଁଛି । ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ହୋଇଥିବାବେଳେ ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ଜଳସ୍ତର ୬୩୦ ଫୁଟ ରହିଛି । ବର୍ତ୍ତମାନ ଜଳଭଣ୍ଡାରର ୪ଟି ଗେଟ୍ ଖୋଲା ରହିଛି । ଜଳଭଣ୍ଡାର ମଧ୍ୟକୁ ବର୍ତ୍ତମାନ ୮୦ ହଜାର ୫୭୧ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୪ଟି ଗେଟ ଦେଇ ସମାନ ପରିମାଣର ଜଳ ନିଷ୍କାସିତ ହେଉଛି ।

ଜଳଭଣ୍ଡାରର ତଳମୁଣ୍ଡ ତଥା ମହାନଦୀର ବେଲଗାଁଠାରେ ବର୍ତ୍ତମାନ ୧୬ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ସେହିପରି ପଥରଳାଠାରେ ୪୬ ହଜାର ୨୬୩, ଖଇରମାଳଠାରେ ୬୪ ହଜାର, ବାରମୂଳଠାରେ ୯୦ ହଜାର ଏବଂ ମୁଣ୍ଡଳୀଠାରେ ୧ ଲକ୍ଷ ୭୫ ହଜାର ୩୯୭ କ୍ୟୁସେକ ଜଳ ପ୍ରବାହିତ ହେଉଛି । ଆଗକୁ ଉପରମୁଣ୍ଡରେ ଅଧିକ ବର୍ଷା ହେଲେ ଅଧିକ ଗେଟ ଖୋଲାଯିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ