Masthead

ଅହମ୍ମଦାବାଦରେ ହିଟ୍ ଆଣ୍ଡ ରନ୍, ୯ ମୃତ

ଅହମ୍ମଦାବାଦ (ବଡ଼ ଖବର ବ୍ୟୁରୋ):  ଗୁଜୁରାଟର ଅହମ୍ମଦାବାଦରେ ଭୟଙ୍କର ସଡକ ଦୁର୍ଘଟଣା । ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ରୁ ୨୦ ଜଣ ଆହତ ହୋଇଛନ୍ତି । ରାତି ଅଧରେ ଇସ୍କନ ବ୍ରିଜ ଉପରେ ଥାର ଗାଡି ଓ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଦେଖିବା ପାଇଁ ବ୍ରିଜ ଉପରେ ଲୋକଙ୍କ ଭିଡ଼ ଜମିଥିଲା । ଏହି ସମୟରେ ଏକ ଜାଗୁଆର ଚାଳକ ତୀବ୍ର ବେଗରେ ଆସି ଲୋକଙ୍କୁ ଦଳି ଦେଇ ଚାଲିଯାଇଥିଲା । ଏହା ଏକ ହିଟ୍ ଆଣ୍ଡ ରନ୍ ମାମଲା ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି ।

ସର୍ଖେଜ-ଗାନ୍ଧିନଗର ହାଇୱେର ଇସକନ୍ ମନ୍ଦିର ପାଖରେ ଦୁର୍ଘଟଣା ହୋଇଥିବା ବେଳେ ଜାଗୁଆର କାର୍ ଡ୍ରାଇଭରଙ୍କ ବେପରୁଆ ଡ୍ରାଇଭରଙ୍କ ପାଇଁ ଏବେ ଲୋକଙ୍କ ଜୀବନ ଚାଲିଯାଇଛି । ରାତି ପ୍ରାୟ ୧୨.୩୦ରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି । ମୃତ ବ୍ୟକ୍ତି ମାନଙ୍କ ମଧ୍ୟରେ ଜଣେ କନେଷ୍ଟବଳ ଓ ଜଣେ ହୋମ୍‌ଗାର୍ଡ ଥିବା ସୂଚନା ମିଳିଛି । ପୋଲିସ୍ ଘଟଣାରେ ଏବେ ତଦନ୍ତ ଜାରି ରଖିଥିବା ବେଳେ ବ୍ରିଜର ଗୋଟିଏ ପଟେ ଗାଡ଼ି ଚଳାଚଳକୁ ବନ୍ଦ କରିଛିା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ