Masthead

ହିଟମ୍ୟାନଙ୍କ ‘ହିଟ’ ଶତକ

ଚେନ୍ନାଇ (ବଡ଼ ଖବର ) ଭାରତ-ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ରୋହିତ ଶର୍ମା ଆକର୍ଷଣୀୟ ଶତକ ଅର୍ଜନ କରିଛନ୍ତି । ଏମ୍‌.ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ଭାରତ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ରୋହିତ ଭଲ ଫର୍ମରେ ନଜର ଆସିଥିଲେ। ପ୍ରଥମେ ୪୭ବଲ୍‌ରେ ସେ ଅର୍ଦ୍ଧଶତକ ପୂରଣ କରିବା ପରେ ନିଜର ଶତକ ପୂରଣ କରିଛନ୍ତି।

ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଚମକିଛନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା। ଶନିବାର ଚେନ୍ନାଇ ଟେଷ୍ଟର ପ୍ରଥମ ଦିନରେ ରୋହିତ ନିଜ କ୍ୟାରିୟରର ୭ମ ଶତକ ପୂରଣ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ଏହା ତାଙ୍କର ପ୍ରଥମ ଶତକ । ୧୩୦ ବଲରେ ହିଟମ୍ୟାନ୍‌ ନିଜର ଶତକ ପୂରଣ କରିଛନ୍ତି। ଏଥିରେ ୧୪ ଚଉକା ଏବଂ ୨ ଛକା ମାରିଛନ୍ତି । ସେ ଓପନିଂରେ ଆସି ଦମଦାର୍ ବ୍ୟାଟିଂ କରିଥିଲେ । ୧୩୦ ବଲରୁ ଶତକ କରିଛନ୍ତି ହିଟମ୍ୟାନ୍ ରୋହିତ ।

ଦଳର ଓପନର ଶୁଭମନ ଗିଲ୍ କୌଣସି ରନ୍ ନକରି ପ୍ୟାଭିଲିୟନ ଫେରିଥିଲେ । ଗିଲଙ୍କ ପରେ ଚେତେଶ୍ୱର ପୂଜାରା ୨୧ ରନ୍ କରି ଆଉଟ୍ ହୋଇଥିଲେ । ସେହିପରି ବିରାଟ କୋହଲି ମଧ୍ୟ କୌଣସି ରନ୍ କରି ବୋଲ୍ଡ ହୋଇଥିଲେ । କିନ୍ତୁ ଓପନର୍ ରୋହିତ ଶର୍ମା ଆକର୍ଷଣୀୟ ବ୍ୟାଟିଂ ଜାରି ରଖିଥିଲେ । ସେ ବ୍ୟାଟିଂ କରି ୧୩୦ ବଲରେ ଶତକ ଲଗାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା