Masthead

ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ସଜେଇ ହୋଇଛି ସ୍ନାନବେଦୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ସଜେଇ ହୋଇଛି ସ୍ନାନବେଦୀ । ଶ୍ରୀମନ୍ଦିରରୁ ବାହାରି ସ୍ନାନବେଦୀରେ ବିଶ୍ୱବାସୀଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ସବୁଠୁ ଗୁରୁତ୍ୱପୁର୍ଣ୍ଣ କଥା ହେଉଛି, କୋଭିଡ କଟକଣା ମଧ୍ୟରେ ଚଳିତବର୍ଷ ବିନା ଭକ୍ତରେ ହେଉଛି ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା। ଶ୍ରୀମନ୍ଦିର ଚତୁଃପାର୍ଶ୍ଵରେ ବୁଧବାର ରାତି ୧୦ ଟାରୁ ୧୪୪ ଧାରା ଲାଗୁ କରାଯାଇଛି। ଭକ୍ତ  ବଡଦାଣ୍ଡକୁ ନଆସି ଟିଭିରେ ସିଧା ପ୍ରସାରଣ ମାଧ୍ୟମରେ ସ୍ନାନଯାତ୍ରା ଓ ହାତୀବେଶ ଦର୍ଶନ କରିବାକୁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।

ଏବର୍ଷ ମଧ୍ୟ ସ୍ନାନଯାତ୍ରାରେ ଛେରାପହଁରା କରୁନାହାନ୍ତି ଗଜପତି । କୋଭିଡ୍ ନିୟମ ମାନି ଛେରାପହଁରା କରିବାକୁ ଆସିବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ଚିଠିଲେଖି ଜଣାଇ ଦେଇଛନ୍ତି ଗଜପତି । ପରମ୍ପରା ଅନୁଯାୟୀ ଗଜପତିଙ୍କ ପ୍ରତିନିଧି ଭାବେ ମୁଦିରସ୍ତ ସେବାୟତ ଚଳିତ ବର୍ଷ ଛେରାପହଁରା ନୀତି ସଂପାଦନ କରିବେ ।

ଧାଡି ପହଣ୍ଡିରେ ଆସି ଚତୁର୍ଦ୍ଧାବିଗ୍ରହ ସ୍ନାନବେଦୀ ଉପରକୁ ବିଜେ କରିଛନ୍ତି।  ଆଜି ମହାପ୍ରଭୁଙ୍କ ସେନାପଟା ଲାଗି କରାଯାଇ ରାତି ଗୋଟାଏରୁ ପହଣ୍ଡି କରାଯାଇଛି ।  କଟକଣାକୁ ଦୃଷ୍ଟିରେ ରଖି ୩୫ ପ୍ଲାଟୁନ ପୋଲିସ ଫୋର୍ସ ସମେତ ୧୫ ସିସିଟିଭି ମାଧ୍ୟମରେ ଆଇନ ଶୃଙ୍ଖଳା ସ୍ଥିତି ଅନୁଧ୍ୟାନ ପାଇଁ ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି। ବଡଦାଣ୍ଡର ମାର୍କେଟ ଛକଠାରୁ ଆରମ୍ଭ କରି କାକୁଡିଖାଇ ଛକ, ଶ୍ରୀମନ୍ଦିର ଚତୁଃପାର୍ଶ୍ଵ, ବାଲି ସାହି, ହରଚଣ୍ଡୀ ସାହି, ଦୋଳମଣ୍ଡପ ସାହି, ଲବଣିଖିଆ ଛକ, ଖୁଣ୍ଟିଆ ସାହି, ପାଣ୍ଡ ଜାଗା, ଛପନ ଛକ, ଭୋଗଯାଗା ଓ ଲୋକନାଥ ରୋଡ଼ ଆଦି ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ବୁଧବାର ରାତି ୧୦ ରୁ ୨୫ ତାରିଖ ରାତି ୨ ଟା ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯିବ।

ସେପଟେ ସ୍ନାନଯାତ୍ରା ପାଇଁ ସେବାୟତଙ୍କୁ ପାସ ବଣ୍ଟନ କରାଯାଇଛି। ମହାପ୍ରଭୁ ରାଘବଦାସ ଓ ଗୋପାଳତୀର୍ଥ ମଠ ଯୋଗାଇଥିବା ଦୁର୍ଲ୍ଲଭ ହାତୀବେଶ ଧାରଣ କରିବେ। ସୁନା ଗୋସେଇଁଙ୍କ ଦ୍ୱାରା ସୁନାକୂଅରୁ ସଂଗୃହିତ ସୁବାସିତ ଜଳକୁ ଅଧିବାସ ଗୃହରେ ରଖାଯାଇଥିବା ବେଳେ ଗୁରୁବାର ଗରାବଡୁ ସେବକମାନେ ସଂଗୃହିତ ଜଳକୁ ସ୍ନାନ ବେଦୀକୁ ଆଣିବା ପରେ ପଞ୍ଚଉପଚାର ଵିଧିରେ ମେକାପଙ୍କ ସହାୟତାରେ ଜଳଲାଗି କରାଯିବ।  ଗଜ ବେଶରେ ଦର୍ଶନ ଦେବେ ମହାପ୍ରଭୁ।  ସଂଧ୍ୟାରେ ଚାଲିଯିବେ ଅଣବସର  ପିଣ୍ଡିକୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା