Masthead

ପବିତ୍ର ମହାଶିବରାତ୍ରୀ, ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମହାଶିବରାତ୍ରୀ ବା ଜାଗର ଯାତ୍ରା । ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ । ରଙ୍ଗୀନ ଆଲୋକମାଳା ସହ ସଜେଇ ହୋଇଛି ଲିଙ୍ଗରାଜ ମନ୍ଦିର ପରିସର । ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ଓ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଜାଗର ପୂର୍ବରୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଶୁକ୍ରବାର ବିଳମ୍ବିତ ରାତିରେ ଆଳତି ଅବକାଶ ନୀତି ସମ୍ପନ୍ନ ହୋଇଛି ।

ଭୋର ୪ଟାରୁ ୫ ପର୍ୟ୍ୟନ୍ତ ସେବାୟତ ପରିବାରମାନେ ଠାକୁରଙ୍କ ଦର୍ଶନ କରିଥିଲେ । ଭୋର ୫ରୁ ଆରମ୍ଭ ହୋଇଚି ସାହାଣାମେଳା ଦର୍ଶନ, ଯାହା ଦିନ ୧୧ଟା ପର୍ୟ୍ୟନ୍ତ ଚାଲିବ । ଦିନ ୧୧ଟା ପରେ ମହାପ୍ରଭୁଙ୍କ ଜାଗର ନୀତି ଆରମ୍ଭ ହେବ । ରାତି ୧୦ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି । ସେହିପରି ପୁରୀ ଲୋକନାଥ ମନ୍ଦିର ଓ କଟକ ଧବଳେଶ୍ୱର ପୀଠରେ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ