Masthead

ପବିତ୍ର ମହାଶିବରାତ୍ରୀ, ଚଳଚଞ୍ଚଳ ଶୈବପୀଠ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ମହାଶିବରାତ୍ରୀ ବା ଜାଗର ଯାତ୍ରା । ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବପୀଠ । ରଙ୍ଗୀନ ଆଲୋକମାଳା ସହ ସଜେଇ ହୋଇଛି ଲିଙ୍ଗରାଜ ମନ୍ଦିର ପରିସର । ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ଓ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଜାଗର ପୂର୍ବରୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଶୁକ୍ରବାର ବିଳମ୍ବିତ ରାତିରେ ଆଳତି ଅବକାଶ ନୀତି ସମ୍ପନ୍ନ ହୋଇଛି ।

ଭୋର ୪ଟାରୁ ୫ ପର୍ୟ୍ୟନ୍ତ ସେବାୟତ ପରିବାରମାନେ ଠାକୁରଙ୍କ ଦର୍ଶନ କରିଥିଲେ । ଭୋର ୫ରୁ ଆରମ୍ଭ ହୋଇଚି ସାହାଣାମେଳା ଦର୍ଶନ, ଯାହା ଦିନ ୧୧ଟା ପର୍ୟ୍ୟନ୍ତ ଚାଲିବ । ଦିନ ୧୧ଟା ପରେ ମହାପ୍ରଭୁଙ୍କ ଜାଗର ନୀତି ଆରମ୍ଭ ହେବ । ରାତି ୧୦ଟାରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି । ସେହିପରି ପୁରୀ ଲୋକନାଥ ମନ୍ଦିର ଓ କଟକ ଧବଳେଶ୍ୱର ପୀଠରେ ମଧ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା