ଚାଷୀଙ୍କୁ ଗୃହମନ୍ତ୍ରାଳୟର ନୋଟିସ

ନୂଆଦିଲ୍ଲୀ (ବଡ଼ ଖବର): ଦିଲ୍ଲୀରେ ହିଂସା ଘଟଣାକୁ ନେଇ ଆକ୍ସନ ମୋଡ଼ରେ ପୋଲିସ । ଦିଲ୍ଲୀରେ ହିଂସା ଘଟାଇଥିବା ଚାଷୀ ନେତାଙ୍କ ବଢିବ ବିପଦ । ବଡ଼ ଧରଣର କାର୍ୟ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଲା ଦିଲ୍ଲୀ ପୋଲିସ । ୨୦ଜଣ ଚାଷୀନେତାଙ୍କୁ ନୋଟିସ ଜାରି କରିଛି ଗୃହମନ୍ତ୍ରାଳୟ । ୩ ଦିନ ମଧ୍ୟରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଟ୍ରାକ୍ଟର ରାଲି ବେଳେ ସର୍ତ୍ତ ଖିଲାପ ଅଭିଯୋଗରେ ଯୋଗେନ୍ଦ୍ର ଯାଦବ, ବାଲଦେବ ସିଂ ସିରସା, ବଲବୀର ଏସ ରାଜୱାଲଙ୍କ ସମେତ ୨୦ ଜଣ କୃଷକ ନେତାଙ୍କୁ ପୋଲିସ ଏହି ନୋଟିସ ଜାରି କରିଛି ।

ଜାନୁଆରୀ ୨୬ରେ ହୋଇଥିବା ଟ୍ରାକ୍ଟର ରାଲିରେ ହିଂସା ମାମଲାରେ ଯୋଉଁମାନଙ୍କ ନାଁରେ ମାମଲା ରୁଜୁ ହୋଇଛି ସେମାନଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛି ଗୃହମନ୍ତ୍ରାଳୟ । ଏବଂ ଯେଉଁମାନଙ୍କ ନାଁରେ ମାମଲା ରୁଜୁ ହୋଇଛି ସେମାନଙ୍କ ବିରୋଧରେ ଲୁକଆଉଟନୋଟିସ ଜାରି କରିବାକୁ କୁହାଯାଇଛି । ଯେଉଁମାନଙ୍କ ବିରୋଧରେ ଲୁକଆଉଟ ନୋଟିସ ଜାରି ହେବ ସେମାନଙ୍କକ ପାସପୋର୍ଟ ମଧ୍ୟ ଜବତ କରାଯିବାକୁ ନିର୍ଦ୍ଦେଶ ହୋଇଛି । ସେପଟେ ଚାଷୀ ନେତାମାନେ ହିଂସାକୁ ନେଇ ପାଲଟା ପୋଲିସ ଯେଉଁ ରୁଟ ଚାର୍ଟ ଦେଇଥିଲା ତାହା ଅବୁଝା ଥିଲା । ତେଣୁ ଏଭଳି ହିଂସା ପଛରେ ପ୍ରଶାସନ ହିଁ ଦାୟୀ ବୋଲି ସେମାନେ ପାଲଟା ଅଭିଯୋଗ ଆଣିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’