Masthead

ପାକିସ୍ତାନ ବିରୋଧରେ ବଡ଼ ତେୟାରୀ, କାଲି ମକ୍ ଡ୍ରିଲ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆତଙ୍କୀଙ୍କ ଉପରେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ଏଥିର ନିର୍ଣ୍ଣାୟକ ଲଢ଼େଇ ହେବ ବୋଲି କହିସାରିଛନ୍ତି ପ୍ରଧାନମନ୍ତ୍ରୀ । ଆଉ ଆରପାର ଲଢ଼େଇ ପାଇଁ ଚାଲିଛି ବଡ଼ ପ୍ରସ୍ତୁତି । ମେ’ ୭ ତାରିଖରେ ବାଜିବ ସାଇରନ । ଯୁଦ୍ଧ ସମୟରେ ଯେପରି ସାଇରନ ବାଜିଥାଏ ଠିକ ସେହିପରି ଶବ୍ଦ ଶୁଣିବାକୁ ମିଳିବ । ସମସ୍ତ ରାଜ୍ୟକୁ ମକ ଡ୍ରିଲ କରିବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର । ୧୦ ତାରିଖ ସୁଦ୍ଧା ପୂରା ଦେଶରେ ସରିବ ମକଡ୍ରିଲ୍‌ । ଏଥିରେ ସାଧାରଣ ଲୋକ ବି ସାମିଲ ହେବେ । ମେ ୭ ତାରିଖ ତଥା ବୁଧବାର ଦିନ ଏହି ମକଡ୍ରିଲ କରାଯିବ ।

ଯୁଦ୍ଧ ହେଲେ ସାଧାରଣ ଲୋକେ ସୁରକ୍ଷିତ ସ୍ଥାନକୁ କିଭଳି ଯିବେ । ଶତ୍ରୁ ଆକ୍ରମଣରୁ କିଭଳି ନିଜକୁ ସୁରକ୍ଷା କରିବେ ଏହାର ଯୋଜନା କରାଯିବା ସହ ଅଭ୍ୟାସ ବି କରାଯିବ । ଅଭ୍ୟାସ ସମୟରେ ରେଡ୍ ୱାର୍ଣ୍ଣିଙ୍ଗ ସାଇରନ ବାଜିବ। ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି । ଏପ୍ରିଲ ୨୨ ତାରିଖରେ ଜମ୍ମୁ-କାଶ୍ମୀରର ପହଲଗାମ ହମଲା ପରେ ଏପରି ସ୍ଥିତି ଉପୁଜିଛି । ୨୦୧୯ ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ ଏହା କାଶ୍ମୀର ଘାଟିରେ ହୋଇଥିବା ସବୁଠାରୁ ଭୟଙ୍କର ଆକ୍ରମଣ। ଗତ ୧୧ ଦିନ ଧରି ଏଲଓସିରେ ଗୁଳିବର୍ଷା କରୁଛି ପାକିସ୍ତାନ । ଯାହାର କଡ଼ା ଜବାବ ଦେଇଛି ଭାରତୀୟ ସେନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ