ପତାକା ବାନ୍ଧିବା ବେଳେ ଅଘଟଣ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ସ୍ୱାଧୀନତାର ଖୁସି ଭିତରେ ଦୁଃଖର ଖବର । ଖୋର୍ଦ୍ଧା ଜଙ୍କିଆ ଥାନା ଶିକୋ ଫାଣ୍ଡିରେ ପତାକା ବାନ୍ଧିବା ବେଳେ ଲାଗିଗଲା ବିଦ୍ୟୁତ ତାର । ଚାଲିଗଲା ଜଣେ ହୋମ୍‌ଗାର୍ଡଙ୍କ ଜୀବନ। ଜଣେ କନଷ୍ଟେବଲ୍‌ ଗୁରୁତର ଭାବେ ଆହତ ମଧ୍ୟ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

୭୫ ତମ ସ୍ୱାଧୀନତା ଦିବସ ପାଳନ ପାଇଁ ଫାଣ୍ଡି ପରିସରରେ ଆଜି ସକାଳେ ଚାଲିଥିଲା ପ୍ରସ୍ତୁତି। ପତାକା ଉତ୍ତୋଳନ ପାଇଁ ଏକ ଲୁହା ଖୁଣ୍ଟ ପୋତିବା ବେଳେ ତାହା ନିକଟସ୍ଥ ୧୧ କେଭି ବିଦ୍ୟୁତ୍ ତା’ର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ଜଣେ ହୋମ୍‌ଗାର୍ଡ ଓ ଜଣେ କନଷ୍ଟେବଲ୍‌ଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା। ବିଦ୍ୟୁତ୍ ଆଘାତ ଲାଗିବା ପରେ ଘଟଣାସ୍ଥଳରେ  ହୋମ୍‌ଗାର୍ଡଙ୍କର ମୃତ୍ୟୁ ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ